ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ପଞ୍ଚାୟତରେ ନାମ ପଞ୍ଜୀକରଣ

ହାଟଡିହୀ,୨୬ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ୩୧ଟି ପଞ୍ଚାୟତ ରହିଛି। ଏ ଅଞ୍ଚଳରୁ ହଜାର ହଜାର ଲୋକ ବାହାର ରାଜ୍ୟରେ ରହୁଛନ୍ତି। ନିଜ ଘରକୁ ଫେରିବା ପାଇଁ ସରକାରଙ୍କ ନିୟମ ଅନୁସାରେ ପଞ୍ଚାୟତଗୁଡ଼ିକରେ ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ନାମ ପଞ୍ଜୀକରଣ ଚାଲୁ ରହିଛି। ପରିବାରବର୍ଗଙ୍କ ପକ୍ଷରୁ ନାମ ପଞ୍ଜୀକରଣ କରାଯାଉଛି। ପ୍ରାୟ ୫୦୦ ଲୋକଙ୍କ ନାମ ପଞ୍ଜୀକରଣ ହୋଇସାରିଲାଣି। ଶାସଙ୍ଗ ପଞ୍ଚାୟତରେ ସରପଞ୍ଚ ବିମ୍ବାଧର ବିଶ୍ୱାଳ ଓ ପିଇଓ କୋଦଣ୍ଡଧର ପଣ୍ଡା, ଶଢ଼ା ପଞ୍ଚାୟତରେ ଜୟନ୍ତୀ ସାମଲ, ବୈଦ୍ୟନାଥ ସାମଲ ଓ ଅନନ୍ତ ସାହୁ, ଢେଙ୍କା ପଞ୍ଚାୟତରେ ନରହରି ନାୟକ, ପ୍ରଫୁଲ୍ଲ ମାଝି, ବଞ୍ଚୋ ପଞ୍ଚାୟତରେ ସରପଞ୍ଚ ଚମ୍ପାବତୀ ପୁହାଣ, ଶଶାଙ୍କ ଶେଖର ପୁହାଣ, ହାଟଡିହୀ ପଞ୍ଚାୟତରେ ଅନସୁୟା ସେଠୀ ଓ କଳ୍ପତରୁ ସେଠୀ, ଡଅର ପଚାୟତରେ ହିସି ହେମ୍ବ୍ରମ, ବିନୟ ମଲିକ, ମଦନ ସାନ୍ତାଳ, ରମେଶ ମାଝି, ଗେଡ଼ମା ପଞ୍ଚାୟତରେ ଆନନ୍ଦ ଚନ୍ଦ୍ର ମହାନ୍ତି, ଅମୂଲ୍ୟ ପହି, ପନ୍ଦାଡ଼ୋରେ ପଙ୍କଜ ତ୍ରିପାଠୀ ଓ ଅନିରୁଦ୍ଧ ବେହେରା, ଅକାରୁଆ ପଞ୍ଚାୟତରେ କୌଶଲ୍ୟା ସେଠୀ ପ୍ରମୁଖ ନାମ ପଞ୍ଜୀକରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri