ବାହୁଡ଼ାରେ ୧୦୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ପୁରୀ ଅଫିସ, ୧୩।୭: ବାହୁଡ଼ା ଯାତ୍ରାରେ ଜନ୍ମବେଦିରୁ ରତ୍ନବେଦିକୁ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଫେରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ମହାପ୍ରଭୁଙ୍କ ଏହି ଅପୂର୍ବ ଲୀଳାର ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହୋଇଥିଲା। ଅପରାହ୍ନରେ ରଥ ଟାଣିବା ବେଳେ ଭିଡ଼ ମଧ୍ୟରେ ଠେଲାପେଲାରେ ୧୦୦ରୁ ଊର୍ଦ୍ଧ୍ୱ ଭକ୍ତ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଜିଲା ସଦର ଚିକିତ୍ସାଳୟରେ ଚିକିତ୍ସିତ କରାଯାଇଛି। ଶରଧାବାଲିରେ ଦର୍ଶନ ବେଳେ ବହୁ ଭକ୍ତ ଠେଲାପେଲାରେ ଅଚେତ ହୋଇପଡ଼ିଥିଲେ। ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଆଣି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଅନୁଭବ କରି ଫେରିଥିବା ଜଣାପଡିଛି। ସେହିପରି ସମୁଦ୍ର ସ୍ନାନ ବେଳେ ଲହଡି ମାଡ଼ରେ ଏକାଧିକ ଆହତ ହୋଇଥିବା ଜଣାପଡିଛି। ସିଂହଦ୍ୱାର ନିକଟରେ ତିନି ରଥ ଲାଗିବା ପରେ ରଥାରୂଢ ଠାକୁରଙ୍କ ଦର୍ଶନ ଲାଗି ଭକ୍ତଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଥିଲା। ଦର୍ଶନ ସମୟରେ ସିଂହଦ୍ୱାର ନିକଟରେ ଠେଲାପେଲା ହୋଇଥିଲା। ଦୋଳମଣ୍ଡପ ସାହି ନିକଟରେ ଠେଲାପେଲାରେ ଶତାଧିକ ମହିଳା, ବୃଦ୍ଧା, ବୃଦ୍ଧ ଆହତ ହୋଇଥିଲେ। ସେମାନଙ୍କୁ ସ୍ବେଚ୍ଛାସେବୀମାନେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri