ବାହୁଡାରେ ସୁନାବେଶ ଦର୍ଶନ କଲେ ଭକ୍ତ

ଢେଙ୍କାନାଳ ଅଫିସ,୧୨ା୭: ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ ସୁନା ବେଶରେ ଦର୍ଶନ ଦେଇଥିଲେ। ବାହୁଡା ଯାତ୍ରା ଉପଲକ୍ଷେ ସକାଳେ ବାଜିଚୌକସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀଜୀଉଙ୍କ ସମସ୍ତ ପୂଜାର୍ଚ୍ଚନା ଓ ନୀତିକାନ୍ତି ଶେଷ ହେବାପରେ ମଧ୍ୟାହ୍ନ ସାଢେ ୧୨ଟାରେ ଆଡପ ମଣ୍ଡପରୁ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଘଣ୍ଟ, ଶଙ୍ଖ ନାଦ ମଧ୍ୟରେ ବଡ ଠାକୁରଙ୍କୁ ପହଣ୍ଡି କରି ରଥ ଉପରକୁ ନିଆଯାଇଥିଲା। ଅପରାହ୍ନ ସାଢେ ୧ଟାରେ ରାଜା କାମାକ୍ଷା ପ୍ରସାଦ ସିଂହଦେଓ ରଥ ଉପରେ ଛେରା ପହଁରା କରିଥିଲେ। ଅପରାହ୍ନ ୨ଟା ୫ ମିନିଟରେ ପ୍ରଥମ ରଥଟଣା ଆରମ୍ଭ ହୋଇଥିଲା। ପରେ ଅପରାହ୍ନ ୨ଟା ୪୦ରେ ରଥଟଣା ଆରମ୍ଭ ହୋଇଥିଲା ା ଭକ୍ତି ସଙ୍ଗୀତ ଓ ଆଧ୍ୟାତ୍ମିକ ନୃତ୍ୟ ମଧ୍ୟରେ ବହୁ ସଂଖ୍ୟାରେ ମହିଳାମାନେ ସାନ ରଥକୁ ଟାଣିଥିବା ଦେଖାଯାଇଥିଲା। ଜିଲାପାଳ ଭୂମେଶଚନ୍ଦ୍ର ବେହେରା ମଧ୍ୟ ରଥ ଟାଣିଥିଲେ। ଜିଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ତହସିଲଦାର ଉଦୟନାଥ ମହାପାତ୍ର, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର ଓ ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ ପ୍ରମୁଖଙ୍କ ଉପସ୍ଥିତିରେ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଥିଲା ା ଶନିବାର ରଥଗଡାଠାରୁ ରଥରୁ ମହାପ୍ରଭୁ ରତ୍ନ ସିଂହାସନକୁ ବିଜେ କରିବାର କାର୍ଯ୍ୟକ୍ରମ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri