ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ

ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର ୧୩ଟି ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତର ହିରିମୂଳ, ଡିହଖଳା, ଦୁର୍ଗାପୁର, ଓରବରସିଂ, ମଶାଣିଆ, ତେନ୍ତୁଳିମୂଳ, ରାୟପୁର, ବାଲିକୁଦ, ଲେଖନପୁର, କୃଷ୍ଣପୁର ଓ ନରଣଗଡ ପଞ୍ଚାୟତର ଓରିମି, ମାନପୁର ଓ ଧବଳପୁର ଗ୍ରାମରେ ବନ୍ୟା ଦେଖାଯାଇଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦରେ ଗେଟ୍‌ ଖୋଲିବା ଦ୍ୱାରା ମହାନଦୀର ଶାଖାନଦୀ ରାଜୁଆ ନଦୀରେ ବନ୍ୟାଜଳ ବଢ଼ୁଛି। ହିରିମୂଳ ଗାଁ  ଦାଣ୍ଡରେ ସାଢ଼େ ୨ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଯାତାୟାତ ପାଇଁ ଡଙ୍ଗା ରହିଛି। ଗ୍ରାମବାସୀଙ୍କ ନିକଟରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କୌଣସି ସହାୟତା ମିଳି ନ ଥିବା ବେଳେ ବନ୍ୟା ପାଣି ବଢୁ ଥିବାରୁ ସାଧାରଣରେ ଭୟ ଦେଖାଦେଇଛି। ଅନ୍ୟପକ୍ଷରେ ନରଣଗଡ, ଓରବରସିଂ, ଗୋଳବାଇ, ଶରଧାପୁର, ବ୍ରଜମୋହନପୁର ପଞ୍ଚାୟତର ଚତୁଃପାର୍ଶ୍ୱରେ ଥିବା ଜମି ଉପରେ ୫ରୁ ୬ଫୁଟର ବନ୍ୟାଜଳ ଲହଡି ମାରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri