Posted inଜାତୀୟ

ବାୟୁସେନାକୁ ମିଳିଲା ରାଫାଲ

ନୂଆଦିଲ୍ଲୀ,୨୧ା୯: ଫ୍ରାନ୍ସର ଡାସଲ୍ଟ ଆଭିଏଶନ୍‌ଠାରୁ ଗୁରୁବାର ଭାରତୀୟ ବାୟୁସେନା (ଆଇଏଏଫ୍‌) ପ୍ରଥମ ରାଫାଲ ଯୁଦ୍ଧବିମାନ ଗ୍ରହଣ କରିଛି। ବାୟୁସେନାର ଏକ ଟିମ୍‌ ବିମାନ ନିର୍ମାଣ ପ୍ଲାଣ୍ଟରେ ପହଞ୍ଚତ୍ବା ପରେ କେତେକ ପରୀକ୍ଷାନିରୀକ୍ଷା କରାଯାଇଥିଲା। ଟିମ୍‌ର ନେତୃତ୍ୱ ନେଉଥିବା ଆଇଏଏଫ୍‌ର ଉପମୁଖ୍ୟ ଏୟାର ମାର୍ଶାଲ ଭି.ଆର୍‌. ଚୌଧ୍‌ରୀ ଗୁରୁବାର ଏହାର ପରୀକ୍ଷାମୂଳକ ଉଡ଼ାଣ କରିଥିଲେ। ଅକ୍ଟୋବର ୮ ଦଶହରା ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଫ୍ରାନ୍ସ ଗସ୍ତରେ ଯିବେ। ସେତେବେଳେ ଡାସଲ୍ଟ ଆଭିଏଶନ୍‌ କର୍ତ୍ତୃପକ୍ଷ ଆନୁଷ୍ଠାନିକ ଭାବେ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଏହି ବିମାନ ହସ୍ତାନ୍ତର କରିବେ ବୋଲି ଜଣାପଡିଛି। ଭାରତ ପାଇଁ ଏଥିରେ କେତେକ ଉପକରଣ ସଂଯୋଗ ହେବା ପରେ ଆସନ୍ତାବର୍ଷ ମେ ମାସରେ ଯୁଦ୍ଧବିମାନ ଭାରତରେ ପହଞ୍ଚତ୍ବ ବୋଲି ଜଣାପଡ଼ିଛି।
୩୬ଟି ରାଫାଲ ଯୁଦ୍ଧବିମାନ କିଣିବା ଲାଗି ୨୦୧୬ ସେପ୍ଟେମ୍ବରରେ ଫ୍ରାନ୍ସ ସରକାର, ଡାସଲ୍ଟ ଆଭିଏଶନ ସହ ଭାରତ ୫୯ ହଜାର କୋଟି ଟଙ୍କାର ତ୍ରିପାକ୍ଷିକ ଚୁକ୍ତି ସ୍ବାକ୍ଷର କରିଥିଲା। ଏହି ବିମାନକୁ ଉଡ଼ାଇବା ପାଇଁ ବାୟୁସେନାର କେତେଜଣ ପାଇଲଟ ସେଠାରେ ପ୍ରଶିକ୍ଷଣ ନେଇସାରିଛନ୍ତି। ଆଉ କେତେଜଣ ପାଇଲଟ ମଧ୍ୟ ତାଲିମ୍‌ ପାଇଁ ଖୁବ୍‌ଶୀଘ୍ର ଫାନ୍ସ ଯିବେ। ଏୟାର ମାର୍ଶାଲ ଆର୍‌.କେ.ଏସ୍‌. ଭଦୁଆରିଆଙ୍କ ନାମ ଅନୁଯାୟୀ ଭାରତ ଆସିବାକୁ ଥିବା ଯୁଦ୍ଧବିମାନର ଡେଣାରେ ଆର୍‌ବି-୦୧ ଲେଖାଯିବ। ରାଫାଲ ଡିଲ୍‌ ଲାଗି ବୁଝାମଣାରେ ତାଙ୍କର ମୁଖ୍ୟ ଭୂମିକା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri