Posted inଜାତୀୟ

ବାୟୁସେନାର ଏଏନ୍‌-୩୨ ବିମାନ ନିଖୋଜ

ଜୋରହାଟ,୩।୬: ଭାରତୀୟ ବାୟୁସେନାର ଏଏନ୍‌-୩୨ ବିମାନ ଆସାମର ଜୋରହାଟରୁ ଅରୁଣାଚଳ ପ୍ରଦେଶ ଯିବା ପାଇଁ ଉଡାଣ ଭରିବା ପରେ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ମଧ୍ୟାହ୍ନ ୧୨ଟା ୨୫ରେ ଜୋରହାଟରୁ ଏହି ବିମାନ ଉଡାଣ ଆରମ୍ଭ କରିଥିଲା। ଶେଷ ଥର ପାଇଁ ଦିନ ୧ଟାରେ ବିମାନ ସହିତ ସମ୍ପର୍କ ହୋଇପାରିଥିବା ବେଳେ ଏହାପରେ ଆଉ କୌଣିସ ସମ୍ପର୍କ ହୋଇପାରିନାହିଁ। ଏହି ବିମାନରେ ୮ଜଣ କ୍ରିୟୁ ମେମ୍ବର ଓ ୫ ଯାତ୍ରୀ ଥିଲେ ବୋଲି ବାୟୁସେନା ପକ୍ଷରୁ ସୂଚନା ମିଳିଛି। ତେବେ ବିମାନର ସ୍ଥିତି ଜାଣିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି। ଏହି କାର୍ଯ୍ୟ ପାଇଁ ସୁଖୋଇ ୩୦ ଏୟାରକ୍ରାପ୍ଟ ଓ ସି-୧୩୦ ସ୍ପେଶିଆଲ ଅପରେସନ୍‌ ଏୟାରକାପ୍ଟକୁ ଲଗାଯାଇଥିବା ଜଣାପଡ଼ିଛି। ହେଲେ ଏବେ ପର୍ଯ୍ୟନ୍ତ ବିମାନର କୌଣସି ଖରବ ମିଳିପାରିନାହିଁ। ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ବାୟୁସେନାର ଉପ ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri