ବାୟୁସେନା ବିମାନ ଭଗ୍ନାବଶେଷ ଠାବ ପରେ ଆଶଙ୍କାରେ ବଳିଆପଲ୍ଲୀବାସୀ

କବିସୂର୍ଯ୍ୟନଗର,୧୨ା୬- ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ଧ୍ୱଂସାବଶେଷ ମଙ୍ଗଳବାର ଠାବ ହୋଇଛି। ସୋମବାର ଆସାମ ଜୋରହାଟରୁ ବାହାରି ଅରୁଣାଚଳ ପ୍ରଦେଶ ମେଚୁକା ଯାଉଥିବାବେଳେ ଅପରାହ୍ନ ୧୨ଟା ୩୦ରେ କଣ୍ଟ୍ରୋଲ ରୁମ୍‌ ସହ ବିମାନର ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ନିଖୋଜ ହୋଇଯାଇଥିଲା। ଏଥିରେ ୮ କ୍ରିଉ ମେମ୍ବରଙ୍କ ସମେତ ମୋଟ ୧୩ଜଣ ଥିଲେ। ବିମାନ ଚାଳକ ଦଳରେ ସାମିଲ ଥିଲେ ଓଡ଼ିଆ ପାଇଲଟ୍‌ ସୁନୀତ ମହାନ୍ତି। ତାଙ୍କ ପୈତୃକ ଘର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଆମ୍ବପୁଆ ପଞ୍ଚାୟତ ବଳିଆପଲ୍ଲୀ ଗ୍ରାମରେ। ବିମାନର ଧ୍ୱଂସାବଶେଷ ମିଳିବା ଖବର ଗଁାରେ ପହଞ୍ଚତ୍ବା ପରେ ଶୋକର ଛାୟା ଖେଳି ଯାଇଛି। ସୁନୀତଙ୍କ ସମ୍ପର୍କୀୟ ଗୋସାଇଁ ବାପା ଅରକ୍ଷିତ ବିଶ୍ୱାଳ କୁହନ୍ତି, ଭଗବାନଙ୍କ ଉପରେ ଦୃଢ ବିଶ୍ୱାସ ଅଛି। ଆମ ପିଲା ନିଶ୍ଚିତ ଫେରି ଆସିବ। ଗ୍ରାମର ଚକ୍ରଧର ସ୍ବାଇଁ କୁହନ୍ତି, ଭଗବାନ ଆମ ପିଲାକୁ ଆମ ପାଖକୁ ଫେରାଇବେ ବୋଲି ଦୃଢ଼ ବିଶ୍ୱାସ ରହିଛି। ସୁନୀତଙ୍କ ଗ୍ରାମ ଘରେ ଚାବି ପଡିଥିବା ବେଳେ ଗ୍ରାମବାସୀ ଉଦାସ ଅଛନ୍ତି। ଗ୍ରାମ ଦେବତୀଙ୍କ ଠାରେ ପୂଜାର୍ଚ୍ଚନା କରି ସୁନୀତଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri