ବିଇଓଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

ଭଣ୍ଡାରିପୋଖରୀ,୧୮।୧୨(ଡି.ଏନ.ଏ.): ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଡେପୁଟେଶନ ବାତିଲ ଦାବିରେ ଗତ ଶନିବାରଠାରୁ ୫ ଦିନ ଧରି ତାଲା ପଡ଼ି ରହିଥିଲା। ଅଭିଭାବକ, ସ୍କୁଲ କମିଟି ସଦସ୍ୟ ଓ ଛାତ୍ରୀଛାତ୍ର ଜିଦ୍‌ରେ ଅଟଳ ରହି ଧାରଣା ଜାରି ରଖିଥିଲେ। ଶିକ୍ଷା ବିଭାଗ ସେମାନଙ୍କ ଦାବିକୁ ମାନି ନେବାରୁ ପଞ୍ଚମ ଦିନରେ ବୁଧବାର ସମସ୍ୟାର ସମାଧାନ ହୋଇଛି। ବିଇଓଙ୍କ ହସ୍ତକ୍ଷେପ ପରେ ଧାରଣା ପ୍ରତ୍ୟାହୃତ ହୋଇଥିବାବେଳେ ଗୁରୁବାରଠାରୁ ସ୍କୁଲ ସ୍ବାଭାବିକ ହେବ ବୋଲି ସୂଚନା ମିଳିଛି।
ଏହି ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାଳିକଙ୍କୁ ଡେପୁଟେଶନରେ ନିକଟସ୍ଥ କୋରକରା ନୋଡାଲ ଉଚ୍ଚ ବିଦ୍ୟାଳୟକୁ ଗତ ୧୩ ତାରିଖରେ ପଠାଯାଇଥିବାରୁ ୧୪ ତାରିଖରୁ ଅଭିଭାବକମାନେ ଜାଣି ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ। ୫ ଦିନ ଧରି ବିଦ୍ୟାଳୟରେ ତାଲା ପଡ଼ି ବନ୍ଦ ରହିବାରୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଡେପୁଟେଶନରେ ନିଆଯାଇଥିବା ଶିକ୍ଷକଙ୍କୁ ପୁଣି ଏହି ବିଦ୍ୟାଳୟକୁ ଅଣାଯାଉ ବୋଲି ଧାରଣାକାରୀ ଦାବି କରିଥିଲେ। ବିଇଓ ଦୀପକ କୁମାର ପାଢୀ ଓ ସ୍ଥାନୀୟ ପରମାନନ୍ଦପୁର ଶିକ୍ଷା ସଂଯୋଜକ ଉମାକାନ୍ତ ସାହୁ ବୁଧବାର ଅପରାହ୍ନ ପ୍ରାୟ ଗୋଟାଏରେ ଉକ୍ତ ବିଦ୍ୟାଳୟରେ ପହଞ୍ଚି ଧାରଣାକାରୀଙ୍କ ସହ ଆଲୋଚନା କରିଥିଲେ। ଧାରଣାକାରୀ ଜିଦ୍‌ରେ ଅଟଳ ରହିବାରୁ ସେମାନେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ଆଖି ଆଖରେ ରଖି ଦାବି ମାନି ନେଇଥିଲେ। ଗୁରୁବାର ଅନ୍ୟ ଜଣେ ଶିକ୍ଷକଙ୍କୁ ଡେପୁଟେଶନରେ କୋରକରା ବିଦ୍ୟାଳୟକୁ ପଠାଇବେ ଏବଂ ଶିକ୍ଷକ ପ୍ରତାପ ମହାଳିକ ଗୁରୁବାର ଏଠାରେ ଯୋଗଦେବେ ବୋଲି ବିଇଓ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri