ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯିବା ସହ ସିଲ୍ କରିଦିଆଯାଇଛି। ଏଭଳି ସ୍ଥଳେ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ହେଲେ ଏହି ସେବାକୁ ନେଇ ଏବେ ନାନା ଅଭିଯୋଗ ହୋଇଛି। ସେବାରୁ ବଞ୍ଚତ୍ତ ଲୋକେ ଅସନ୍ତୋଷ ପ୍ରକାଶ କରୁଥିବାବେଳେ ଟୁଇଟରରେ ଅଭିଯୋଗ ବଢ଼ି ଚାଲିଛି। ଲୋକଙ୍କ ଘର ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ବିଏମ୍ସି ପକ୍ଷରୁ ହୋମ୍ ଡେଲିଭରି ସହ ସିଲ୍ ଅଞ୍ଚଳରେ ମୋବାଇଲ୍ ଭ୍ୟାନ୍ରେ ସାମଗ୍ରୀ ଯୋଗାଣର ବ୍ୟବସ୍ଥା ହୋଇଛି। ଜୋନ୍ ଅନୁସାରେ ନିର୍ଦ୍ଦିଷ୍ଟ ଫୋନ୍ ନମ୍ବର ଜାରି କରାଯାଇଥିଲେ ମଧ୍ୟ ଲୋକେ ଯୋଗାଯୋଗ କରି ସାମଗ୍ରୀ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଅଧିକାଂଶ ସମୟରେ ଫୋନ୍ ଅପହଞ୍ଚ ରହୁଛି। ଯେତେବେଳେ ଲାଗୁଛି ସେତେବେଳେ କିଏ ଫୋନ୍ କାଟି ଦେଉଛି ତ କିଏ ଉତ୍ତର ଦେଉନାହିଁ। ସେହିଭଳି କ୍ଷୀର, ଦହି ଭଳି ଅତ୍ୟାବଶ୍ୟକ ଦୁଗ୍ଧଜାତ ଦ୍ରବ୍ୟ ପାଇବାରୁ ମଧ୍ୟ ଅଧିକାଂଶ ବଞ୍ଚତ୍ତ ହେଉଛନ୍ତି। କଣ୍ଟେନ୍ମେଣ୍ଟ ଜୋନ୍ଗୁଡ଼ିକରେ ଏହି ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ଟୁଇଟ୍ର ଉତ୍ତର ମଧ୍ୟ ଦିଆଯାଉଛି। କେବଳ ଭିଆଇପି ଅଞ୍ଚଳରେ ସାମଗ୍ରୀ ପହଞ୍ଚାଇବାକୁ ବିଏମ୍ସି ଅଧିକ ଗୁରୁତ୍ୱ ଦେଉଥିବାରୁ ଅନ୍ୟ ଅଞ୍ଚଳକୁ ଗୁରୁତ୍ୱ ଦିଆଯାଉନି ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ
ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ
ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
Archives


