ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯିବା ସହ ସିଲ୍ କରିଦିଆଯାଇଛି। ଏଭଳି ସ୍ଥଳେ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ହେଲେ ଏହି ସେବାକୁ ନେଇ ଏବେ ନାନା ଅଭିଯୋଗ ହୋଇଛି। ସେବାରୁ ବଞ୍ଚତ୍ତ ଲୋକେ ଅସନ୍ତୋଷ ପ୍ରକାଶ କରୁଥିବାବେଳେ ଟୁଇଟରରେ ଅଭିଯୋଗ ବଢ଼ି ଚାଲିଛି। ଲୋକଙ୍କ ଘର ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ବିଏମ୍ସି ପକ୍ଷରୁ ହୋମ୍ ଡେଲିଭରି ସହ ସିଲ୍ ଅଞ୍ଚଳରେ ମୋବାଇଲ୍ ଭ୍ୟାନ୍ରେ ସାମଗ୍ରୀ ଯୋଗାଣର ବ୍ୟବସ୍ଥା ହୋଇଛି। ଜୋନ୍ ଅନୁସାରେ ନିର୍ଦ୍ଦିଷ୍ଟ ଫୋନ୍ ନମ୍ବର ଜାରି କରାଯାଇଥିଲେ ମଧ୍ୟ ଲୋକେ ଯୋଗାଯୋଗ କରି ସାମଗ୍ରୀ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଅଧିକାଂଶ ସମୟରେ ଫୋନ୍ ଅପହଞ୍ଚ ରହୁଛି। ଯେତେବେଳେ ଲାଗୁଛି ସେତେବେଳେ କିଏ ଫୋନ୍ କାଟି ଦେଉଛି ତ କିଏ ଉତ୍ତର ଦେଉନାହିଁ। ସେହିଭଳି କ୍ଷୀର, ଦହି ଭଳି ଅତ୍ୟାବଶ୍ୟକ ଦୁଗ୍ଧଜାତ ଦ୍ରବ୍ୟ ପାଇବାରୁ ମଧ୍ୟ ଅଧିକାଂଶ ବଞ୍ଚତ୍ତ ହେଉଛନ୍ତି। କଣ୍ଟେନ୍ମେଣ୍ଟ ଜୋନ୍ଗୁଡ଼ିକରେ ଏହି ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ଟୁଇଟ୍ର ଉତ୍ତର ମଧ୍ୟ ଦିଆଯାଉଛି। କେବଳ ଭିଆଇପି ଅଞ୍ଚଳରେ ସାମଗ୍ରୀ ପହଞ୍ଚାଇବାକୁ ବିଏମ୍ସି ଅଧିକ ଗୁରୁତ୍ୱ ଦେଉଥିବାରୁ ଅନ୍ୟ ଅଞ୍ଚଳକୁ ଗୁରୁତ୍ୱ ଦିଆଯାଉନି ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…
ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫
ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…
ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…
ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…
ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ
ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…
୨ବର୍ଷିଆ ବି.ଏଡ୍, ଏମ୍.ଏଡ୍. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ
ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍., ଏମ୍.ଏଡ୍. ଏବଂ ବି.ଏଚ୍.ଏଡ୍. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…
ଜନଗଣନା ପରେ ପଞ୍ଚାୟତ ଭୋଟ
ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍ଆଇଆର୍) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…
ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…
କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…
ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…
ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…
Archives

