ଭୁବନେଶ୍ୱର,୨୪ା୨(ବ୍ୟୁରୋ):ରାଜଧାନୀରେ ପୋଲିସ ଓ ଯବାନଙ୍କୁ ଘାରିଛି ପ୍ରେମ ନିଶା। କିଏ ଯୁବତୀଙ୍କୁ ରାସ୍ତା ଉପରେ ଅସଦାଚରଣ କରି ଗିରଫ ହେଲାଣି ତ ଆଉ କିଏ ବାହାଘରର ପ୍ରତିଶ୍ରୁତି ଦେଇ ବଳାତ୍କାର କଲାଣି। ପୂର୍ବରୁ ୪ ଘଟଣା ଖାକିରେ କଳଙ୍କର ଦାଗ ଲଗାଇଥିବାବେଳେ ରବିବାର ମହିଳା ଥାନାରେ ଆଉ ଏକ ଅଭିଯୋଗ ହୋଇଛି। ଜଟଣୀସ୍ଥିତ ବିଏସ୍ଏଫ୍ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନାଁରେ ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ବଳାତ୍କାର ଓ ଲୁଟ୍ର ଶିକାର ହୋଇଥିବା ଯୁବତୀ। ପୋଲିସ ସମ୍ପୃକ୍ତ ଯୁବତୀଙ୍କ ବୟାନ ରେକର୍ଡ କରିବା ପରେ ଅଭିଯୁକ୍ତ ବିଏସ୍ଏଫ୍ ଡିଏସ୍ପିଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏପରି କି ପୋଲିସ ତାଙ୍କୁ ଗିରଫ କରିବାକୁ ବିଏସ୍ଏଫ କାର୍ଯ୍ୟାଳୟକୁ ଯାଇ ଖୋଳତାଡ଼ କରିଥିଲା। ହେଲେ ଅଭିଯୁକ୍ତ ଜଣକ ଉଚ୍ଚ ପଦରେ ଥିବାରୁ ମାମଲାକୁ ରଫାଦଫା କରିବା ପାଇଁ ଉଦ୍ୟମ ଚାଲିଥିବା ସୂଚନା ମିଳିଛି। ଘଟଣାକୁ ନେଇ ମଧ୍ୟ ଯୁବତୀଙ୍କ ଉପରେ ଚାପ ପଡୁଥିବା ସେ ଅଭିଯୋଗ ଆଣିଛନ୍ତି। ଅନ୍ୟପକ୍ଷରେ ଯୁବତୀଙ୍କ ସହ ଡିଏସ୍ପି ଜଣକ ହ୍ବାଟ୍ସଆପ୍ରେ କରିଥିବା ରୋମାଣ୍ଟିକ୍ ଚାଟିଂ ଏବେ ଭାଇରାଲ ହେବାରେ ଲାଗିଛି। ମହିଳା ଥାନା ପୋଲିସ ଉକ୍ତ ପୋଷ୍ଟଗୁଡ଼ିକୁ ତଦନ୍ତ ପରିସରଭୁକ୍ତ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ପୀଡିତା ଯୁବତୀଙ୍କ ଘର କଟକରେ ହୋଇଥିବାବେଳେ ସେ ଭୁବନେଶ୍ୱରରେ ରହି ଏକ ବିଲ୍ଡର ସଂସ୍ଥାରେ ଏଜେଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ୨୦୧୭ରେ ଏକ ଜାଗା କିଣିବା ପାଇଁ ଜଗତ୍ସିଂପୁରର ବିଏସ୍ଏଫ୍ ଡିଏସ୍ପି ଜଣକ ଜାଗା କିଣିବା ପାଇଁ ଉକ୍ତ ବିଲ୍ଡର ସଂସ୍ଥାକୁ ଯାଇଥିଲେ। ସେଠାରେ ଯୁବତୀଙ୍କ ସହ ତାଙ୍କର ଭେଟ ହେବା ପରେ ଉଭୟେ ପରିଚିତ ହୋଇଥିଲେ। ସେତେବେଳେ ଅଭିଯୁକ୍ତ ଜଣକ ବିଏସ୍ଏଫ୍ରେ ଇନ୍ସପେକ୍ଟର ର଼୍ୟାଙ୍କ୍ରେ ରାୟପୁରଠାରେ ଅବସ୍ଥାପିତ ଥିଲେ। ପରବର୍ତ୍ତୀ ସମୟରେ ତାଙ୍କର ଜଟଣୀକୁ ବଦଳି ହେବା ସହ ଡିଏସ୍ପି ର଼୍ୟାଙ୍କ୍କୁ ପଦୋନ୍ନତି ହୋଇଥିଲା। ସେ ସ୍ତ୍ରୀ ଓ ପିଲାଙ୍କ ସହ ଚନ୍ଦକା ନିକଟ ଏକ ଆପାର୍ଟମେଣ୍ଟରେ ରହିଥିଲେ। ଡିଏସ୍ପି ଜଣକ ଉକ୍ତ ଯୁବତୀଙ୍କୁ ଜମି କିଣିବା ବାହାନାରେ ଏକାଧିକ ସ୍ଥାନକୁ ଡକାଇ କଥାବାର୍ତ୍ତା ହେଉଥିଲେ। ସମୟକ୍ରମେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଘରେ ପରିବାର ଲୋକେ ନ ଥିବାବେଳେ ଘରକୁ ଯୁବତୀଙ୍କୁ ଡକାଇ ବିବାହ ଆଳ ଦେଖାଇ ବଳାତ୍କାର କରିଥିଲେ। ଏହି ସମୟର ଦୃଶ୍ୟକୁ ମଧ୍ୟ ନିଜ ମୋବାଇଲ୍ ଫୋନ୍ରେ ଭିଡିଓ ରେକର୍ଡିଂ କରି ରଖିଥିଲେ। ପରେ ଉକ୍ତ ଭିଡିଓ ଦେଖାଇବା ସହ ନାନା ଧମକ ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ। ଏପରି କି ଉକ୍ତ ଭିଡିଓକୁ ମୋବାଇଲ ଫୋନ୍ରୁ ଡିଲିଟ୍ କରିବା ପାଇଁ ୨୦ ଲକ୍ଷ ଟଙ୍କା ନେଇଥିଲେ। ହେଲେ ଟଙ୍କା ନେବା ପରେ ମଧ୍ୟ ଅଭିଯୁକ୍ତ ଡିଏସ୍ପି ଭିଡିଓଟିକୁ ଡିଲିଟ୍ ନ କରି ବ୍ଲାକ୍ମେଲିଂ କରି ବଳାତ୍କାର କରୁଥିଲେ। ଶେଷରେ କିଛି ଉପାୟ ନ ପାଇ ଯୁବତୀ ଜଣକ ମହିଳା ଥାନାରେ ଅଭିଯୋଗ କରିଥିଲେ।
ଏ ନେଇ ମହିଳା ଥାନା ଅଧିକାରୀ ବନୀତା ମହାରଣା କହିଛନ୍ତି, ଯୁବତୀଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ ସହ ତଦନ୍ତ ଚାଲିଛି। ପ୍ରକୃତ ଘଟଣା ସ୍ପଷ୍ଟ ହେବା ପରେ ଡିଏସ୍ପିଙ୍କୁ ଗିରଫ କରାଯିବ।
Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ
ଭୁବନେଶ୍ୱର,୧୧ା୧୦(ସୁନିତ୍ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…
ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍ଶାରେ ଉତ୍ତେଜନା
କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…
ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ
ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍ ଲାଇନ୍ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…
ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…
‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…
‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…
ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍ଡିସି…

