ବିଏସ୍‌ଏଫ୍‌ ଆଇଜି ହେଲେ ହର୍‌ମିନ୍ଦର ପାଲ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ବିଏସ୍‌ଏଫ୍‌ ଓଡିଶା ଫ୍ରଣ୍ଟିୟର କମାଣ୍ଡର(ଆଇଜି) ଭାବେ ନୂଆ ନିଯୁକ୍ତି ପାଇଛନ୍ତି ୧୯୮୪ ବ୍ୟାଚ୍‌ ବିଏସ୍‌ଏଫ୍‌ କ୍ୟାଡର ଅଫିସର ହର୍‌ମିନ୍ଦର ପାଲ। ଖୋର୍ଦ୍ଧାସ୍ଥିତ ବିଏସ୍‌ଏଫ୍‌ ମୁଖ୍ୟାଳୟରେ ଗୁରୁବାର ପୂର୍ବତନ ଆଇଜି ଅଶ୍ୱିନୀ କୁମାର ସିଂହଙ୍କଠାରୁ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କାର୍ଯ୍ୟାଳୟର କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବା ପରେ ସେ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଦମନ ଅପରେଶନରେ ପାଲ ସଫଳତା ହାସଲ କରିଛନ୍ତି। ଏ କ୍ଷେତ୍ରରେ ସେ ବହୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାବେଳେ ତାଙ୍କର ଦୀର୍ଘ ଅଭିଜ୍ଞତା ରହିଛି। ଦାୟିତ୍ୱ ଗ୍ରହଣ ପରେ ଆଇଜି ପାଲ୍‌ କହିଲେ, ରାଜ୍ୟରେ ଲାଗି ରହିଥିବା ଆତଙ୍କବାଦୀ ଉପଦ୍ରବ ହ୍ରାସ କରିବା ମୋ ପାଇଁ ବଡ଼ ଚ୍ୟାଲେଞ୍ଜ। ସେହିଭଳି ଦେଶରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହୁଛି। ଏଭଳି କ୍ଷେତ୍ରରେ ଯେଉଁ ଗୁରୁ ଦାୟିତ୍ୱ ମିଳିଛି ରାଜ୍ୟ ସରକାରଙ୍କ ସହଯୋଗରେ ଆଗକୁ ନେବେ ବୋଲି ସେ କହିଛନ୍ତି। ବିଶେଷକରି ମାଓବାଦୀ ଦମନ ସହ ମାଲକାନଗିରି ଜିଲାର ବିଚ୍ଛିନ୍ନାଞ୍ଚଳର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯିବ। ଓଡିଶାରେ ମାଓବାଦୀ କାର୍ଯ୍ୟକଳାପ ରୋକିବାରେ ୧୦ ହଜାର ବିଏସ୍‌ଏଫ୍‌ ଯବାନ ମୁତୟନ ରହିଛନ୍ତି। ମାଲକାନଗିରି ଓ କୋରାପୁଟ ଜିଲାରେ ଅଧିକ ମୁତୟନ କରାଯାଇଛି। ସୀମାବର୍ତ୍ତୀ ଅଞ୍ଚଳରେ ମାଓବାଦୀଙ୍କ ପ୍ରାଦୁର୍ଭାବ ବଢ଼ୁଥିବାରୁ ସେମାନେ ଓଡ଼ିଶା ଜଙ୍ଗଲ ଭିତରକୁ ପଶିବାର ଆଶଙ୍କା ରହିଛି। ତେଣୁ ସେମାନଙ୍କୁ ମୁକାବିଲା କରିବା ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବା ସହ ସ୍ବାଭିମାନ ଅଞ୍ଚଳରେ ବିଏସ୍‌ଏଫ୍‌ର ଅଧିକ କ୍ୟାମ୍ପ ଖୋଲିବା ଉପରେ ପ୍ରାଧାନ୍ୟ ଦିଆଯିବ ବୋଲି ପାଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri