ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି ଏହାକୁ ରକ୍ଷାବନ୍ଧନ ମଧ୍ୟ କୁହନ୍ତି। ତେଣୁ ଦେଶ ମାତୃକାର ସେବା କରି ସାଧାରଣ ଲୋକଙ୍କୁ ସୁରକ୍ଷା ଯୋଗାଉଥିବା ଯବାନଙ୍କୁ ଆଜିର ଦିନରେ ରାଖୀ ବାନ୍ଧିଛନ୍ତି ଏମ୍‌ଭି-୭୯ ସରସ୍ବତୀ ଶିଶୁମନ୍ଦିର ଛାତ୍ରୀଛାତ୍ର। ଗୁରୁବାର ଏମ୍‌ଭି-୭୯ସ୍ଥିତ ବିଏସ୍‌ଏଫ୍‌ କ୍ୟାମ୍ପରେ ପହଞ୍ଚତ୍ ପିଲାମାନେ ସେଠାରେ ଉପସ୍ଥିତ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ସେହିଭଳି ସୀମାନ୍ତରେ ରହୁଥିବା ଯବାନଙ୍କ ପାଇଁ ମଧ୍ୟ ଏହି ସ୍କୁଲ ଛାତ୍ରୀଛାତ୍ର ରାଖୀ ପଠାଇଛନ୍ତି। ଦେଶର ସୁରକ୍ଷା ଓ ଅଖଣ୍ଡତା ପାଇଁ ପ୍ରତିକୂଳ ପରିସ୍ଥିତିରେ ରହି ମଧ୍ୟ ଯବାନମାନେ ଆମକୁ ସୁରକ୍ଷା ଦେଉଛନ୍ତି। ସେମାନେ ବିଭିନ୍ନ ପର୍ବପର୍ବାଣିରେ ପରିବାରଠାରୁ ଦୂରରେ ରୁହନ୍ତି। ସେହି ବୀର ଯବାନଙ୍କ ପ୍ରତି ସମ୍ମାନ ଓ ଭଲ ପାଇବା ଦେଖାଇ ରାଖୀ ବାନ୍ଧିଛୁ ବୋଲି ପିଲାମାନେ କହିଛନ୍ତି। ଯବାନଙ୍କ ହାତରେ ବାନ୍ଧି ଥିବା ଏହି ରାଖୀ ସେମାନଙ୍କ ମନୋବଳ ବଢାଇବ ବୋଲି ପିଲାମାନେ କହିଛନ୍ତି। ଛାତ୍ରୀଛାତ୍ରଙ୍କ ଏହି ଉଦ୍ୟମକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri