ବିଏସ୍‌ସିଏଲ୍‌ ଦ୍ୱାରା ଦୁଇଦିନିଆ ‘ସିଟି ଲାବ ସେଣ୍ଟର’: ୯ କଲେଜର ୨୦ ମଡେଲ ପ୍ରଦର୍ଶିତ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ସୌନ୍ଦର୍ଯ୍ୟ ବଜାୟ ରଖିବା ସହ ବିକାଶର ନୂଆ ଢାଞ୍ଚା ପାଇଁ ନକ୍ସା ଦେଖାଇଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱରର ୯ଟି କଲେଜ ଯଥା କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ସିଇଟି), ସେଣ୍ଟ୍ରାଲ ଟୁଲ୍‌ ରୁମ୍‌ ଟ୍ରେନିଂ ସେଣ୍ଟର (ସିଟିଟିସି), ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏସ୍‌ଆଇଟି), ସରକାରୀ ଆଇଟିଆଇ ଭୁବନେଶ୍ୱର, କିଟ୍‌ ବିଶ୍ୱବିଦ୍ୟାଳୟ, ଡିଏଭି ସ୍କୁଲ ଅଫ୍‌ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ, ଆସ୍ଥା ସ୍କୁଲ ଅଫ୍‌ ମ୍ୟାନେଜ୍‌ମେଣ୍ଟ, ଏସ୍‌ଓଏ, ଟ୍ରାଇଡେଣ୍ଟର ଛାତ୍ରୀଛାତ୍ରମାନେ ଏଥିରେ ଅଂଶଗ୍ରହଣ କରିବା ସହ ୨୦ଟି ମଡେଲ ଉପସ୍ଥାପନ କରିଛନ୍ତି। ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ (ବିଏସ୍‌ସିଏଲ୍‌), ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ୟୁନାଇଟେଡ୍‌ ନେସନ୍‌ ପପୁଲେଶନ୍‌ ଫଣ୍ଡ (ୟୁଏନ୍‌ଏଫ୍‌ପିଏ) ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଥିବାବେଳେ ଶନିବାର ଏହାର ପ୍ରଦର୍ଶନୀ କରାଯାଇଛି। ଶନିବାର ବିଏସ୍‌ସିଏଲ ମୁଖ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଠିନ ବର୍ଜ୍ୟ ପରିଚାଳନାର ପରାମର୍ଶଦାତା ନରସିଂହ ପାଣିଗ୍ରାହୀ, ଓପିଟିସିଏଲ ଏଜିଏମ୍‌ ପ୍ରଶାନ୍ତ ପଟ୍ଟନାୟକ, ଡିଜିଏମ୍‌ ନୀଳାଦ୍ରି ଖଡାଙ୍ଗ, ବିଏମ୍‌ସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ, ବିଏସ୍‌ସିଏଲ ସାଧାରଣ ପରିଚାଳକ ଦୀପ୍ତିରାଣୀ ସାହୁ, ଅଶ୍ୱିନୀ କୁମାର ବିଶ୍ୱାଳ, ଶେଷ ଦେବ ପଣ୍ଡା ପ୍ରମୁଖ ବିଚାରକ ଭାବେ ଯୋଗ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ସହରରେ ପ୍ଲାଷ୍ଟିକ୍‌ ଓ କଠିନ୍‌ ବର୍ଜ୍ୟ ପରିଚାଳନା, ସୋଲାର ଏନର୍ଜି ହାର୍ଭେଷ୍ଟିଂ, ଏକ୍ସପାଏରୀ ମେଡିସିନ୍‌ ଦ୍ୱାରା ସହରରେ ଚାଷ ପ୍ରଣାଳୀ, ଦୁର୍ଘଟଣା ସ୍ଥଳରେ ଡ୍ରୋନ୍‌ ଦ୍ୱାରା ଫାଷ୍ଟ ଏଡ୍‌ ଚିକିତ୍ସା, ସ୍ମାର୍ଟ ପାର୍କିଂ ବ୍ୟବସ୍ଥା ପରି ବହୁ ମଡେଲ ଉପସ୍ଥାନ କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିବା ମଡେଲଗୁଡ଼ିକ ଉପରେ ସ୍ମାର୍ଟସିଟି ପକ୍ଷରୁ ବିଚାର କରାଯିବ। ଆବଶ୍ୟକ ପଡ଼ିଲେ ସେଗୁଡ଼ିକୁ ସହରର ବିକାଶ ପାଇଁ ଆପଣାଯାଇପାରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri