ବିକାଶଠୁ ଦୂରରେ ସୁଲେଇଖମାର ଗାଁ

କେନ୍ଦୁଝର, ୧୮ା୯(ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଭିତରେ ଥିବା ଗାଁ ସୁଲେଇଖମାର। ପୁରୁଣାସହରଠାରୁ ୨କି.ମି. ଦୂରରେ ଅବସ୍ଥିତ ଏହି ଗାଁ ବିଭିନ୍ନ ସମସ୍ୟା ଭିତରେ ରହିଛି। ଏହି ଗାଁରେ ମୌଳିକ ସୁବିଧା ଯେପରି ଅପହଞ୍ଚ ହୋଇପଡ଼ିଛି। ଗ୍ରାମରେ ଅଧିକାଂଶ ଭୂୟାଁ ଓ ମୁଣ୍ଡା ସମ୍ପ୍ରଦାୟର ଲୋକ ବସବାସ କରନ୍ତି। ଅଧିକାଂଶ ଅଧିବାସୀ ଶ୍ରମିକ ଶ୍ରେଣୀର ହୋଇଥିବାରୁ ଆର୍ଥିକ ଅବସ୍ଥା ସେପରି ସ୍ବଚ୍ଛଳ ନୁହେଁ। ଗ୍ରାମକୁ ଗଲେ ଜଣାପଡିବ ପ୍ରଶାସନର ଯେପରି ପାଦ କେବେ ପଡୁନାହିଁ। କେବଳ ନିର୍ବାଚନ ସମୟରେ ନେତାମାନେ ଭୋଟରଙ୍କୁ ଆକୃଷ୍ଟ କରିବା ନିମନ୍ତେ ଅନେକ ପ୍ରତଶ୍ରୁତି ଦେଉଥିବାବେଳେ ନିର୍ବାଚନ ପରେ ତାହା ଭୂଲି ଯାଉଥିବା ଗ୍ରାମର ଗୋକୁଳ ନାଏକ, ସୁଦର୍ଶନ ମୁଣ୍ଡା ଓ ରଞ୍ଜୁ ମୁଣ୍ଡା ଆମ ପ୍ରତିନିଧିଙ୍କ ଆଗରେ ପ୍ରକାଶ କରିଛନ୍ତି।

ସୁଲେଖଇଖମାର ଗ୍ରାମରେ ଷାଠିଏ ପାଖାପାଖି ପରିବାରର ୪୦୦ରୁ ଊର୍ଦ୍ଧ୍ୱ ଲୋକ ବାସ କରନ୍ତି। କେନ୍ଦୁଝରଗଡ ପୌରପାଳିକା ଅନ୍ତର୍ଗତ ସହର ଭିତରେ ରହିଥିବାର ଜଣାପଡୁନାହିଁ। ଅନୁଧ୍ୟାନ କଲେ ଜଣାପଡ଼ିବ ଯେ, ଏଠାକୁ ବିକାଶ ଛୁଇଁ ପାରିନାହିଁ। ପୌରପାଳିକା ପକ୍ଷରୁ କେବଳ ଗ୍ରାମବାସୀଙ୍କ ପାଇଁ ତିନୋଟି ଶୌଚାଳୟ ତିଆରି ହୋଇଥିଲେ ବି ପାଣି କିମ୍ବା ବିଦ୍ୟୁତ ସେବା ଯୋଗାଇ ଦିଆଯାଇ ନ ଥିବାରୁ ଅବହେଳିତ ହୋଇ ହୋଇପଡିଛି। ଗ୍ରାମରେ ଷ୍ଟ୍ରିଟଲାଇଟ୍‌ ଥିଲେ ବି ତାହା ଜଳୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୌରପାଳିକା ପକ୍ଷରୁ ଆଦୌ ସଫେଇ ହେଉ ନ ଥିବା ଜଣାପଡିଛି। ଅଙ୍ଗନୱାଡି କେନ୍ଦ୍ର କାର୍ଯ୍ୟ ଅଧାରେ ଥିବାରୁ ଶିଶୁମାନଙ୍କୁ ଘର ବାରଣ୍ଡାରେ ପଢାଯାଉଛି। ଏଠାରେ ଥିବା ୪ଟି ନଳକୂପ ମଧ୍ୟରୁ ୨ଟି ଅଚଳ ହୋଇପଡିଛି। କେନ୍ଦୁଝରଗଡ ମ୍ୟୁନିସିପାଲିଟି ପକ୍ଷରୁ ଏକ ପୋଖରୀ ଖୋଳା ଯାଇଥିଲେ ବି ଖରାଦିନେ ଏହି ଗ୍ରାମର ଲୋକେ ୨କି.ମି. ଦୂରକୁ ଗାଧୋଇବା ପାଇଁ ଯାଉଥିବା କହିଛନ୍ତି। ଏସମ୍ପର୍କରେ କେନ୍ଦୁଝରଗଡ ପୌରପାଳିକା ନିର୍ବାହୀ ଅଧିକାରୀ ନିରଞ୍ଜନ ଜେନାଙ୍କୁ ପଚାରିବାରୁ ସେ କହିଥିଲେ ଯେ, କେନ୍ଦୁଝରଗଡ ପୌରପାଳିକା ସୁଲେଇଖମାର ଗ୍ରାମବାସୀଙ୍କ ସୁବିଧା ଓ ଅସୁବିଧା ଉପରେ ସଚେତନ ଅଛି। ଅଙ୍ଗନୱାଡି କେନ୍ଦ୍ରଟି ଅଳ୍ପଦିନରେ ସମ୍ପୂର୍ଣ୍ଣ ହେବ। ଶୌଚାଳୟଗୁଡିକ ଖୁବ୍‌ କମ୍‌ ଦିନରେ କାର୍ଯ୍ୟକ୍ଷମ ହେବ। ଅନ୍ୟ ଅସୁବିଧାଗୁଡ଼ିକୁ ମଧ୍ୟ ଦୂର ପାଇଁ ଚେଷ୍ଟା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri