ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର ଭିତ୍ତିଭୂମି ବିକାଶ, ଶିଳ୍ପ, କୃଷି ଏବଂ ଅନ୍ୟ କ୍ଷେତ୍ର ବିକାଶରେ ବ୍ୟାଙ୍କଗୁଡିକ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସର୍ବଭାରତୀୟ ବ୍ୟାଙ୍କ ଅଧିକାରୀ ମହାସଂଘ(ଏଆଇବିଓସି) ପକ୍ଷରୁ ସ୍ଥାନୀୟ ଇଡ୍‌କଲ ଅଡିଟୋରୀୟମଠାରେ ଶୁକ୍ରବାର ଅନୁଷ୍ଠିତ ବ୍ୟାଙ୍କ ଜାତୀୟକରଣର ୫୦ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଏହା ମତ ପ୍ରକାଶ ପାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଜୟ କୁମାର ସାହୁ ଯୋଗ ଦେଇ ଅର୍ଥନୀତିରେ ଜାତୀୟକରଣ ବ୍ୟାଙ୍କଗୁଡିକର ଭୂମିକା ଏବଂ ସରକାରଙ୍କ ପୁଞ୍ଜୀକରଣ ପଦକ୍ଷେପ ଉପରେ ଗୁରୁତ୍ୱାରୋପ କରିଥିଲେ। ବ୍ୟାଙ୍କ ଶିଳ୍ପର ଇତିହାସ ଏବଂ ଜାତୀୟକରଣର ଆବଶ୍ୟକତା ଉପରେ ମତ ରଖି ଅର୍ଥନୀତିଜ୍ଞ ଡ.ଦିବାକର ନାୟକ କହିଛନ୍ତି, ରାଷ୍ଟ୍ରାୟତ୍ତ ବ୍ୟାଙ୍କର ସହଭାଗିତା ବିନା ୫ ଲକ୍ଷ କୋଟି ଡଲାର ଅର୍ଥନୀତି କଥା ଚିନ୍ତା କରାଯାଇ ନ ପାରେ। କାର୍ଯ୍ୟକ୍ରମରେ ରାଜ୍ୟ ଏଆଇବିଓସି ସଭାପତି ମନୋରଞ୍ଜନ ଦାସ ଏଥିରେ ସଭାପତିତ୍ୱ କରିଥିଲେ। ସମ୍ପାଦକ ସବ୍ୟସାଚୀ ସ୍ବାଇଁ ଅତିଥିଙ୍କୁ ସ୍ବାଗତ କରିଥିଲେ। ଏଥିରେ ସର୍ବଭାରତୀୟ ଷ୍ଟେଟବ୍ୟାଙ୍କ ଅଫିସର୍ସ ମହାସଂଘ ସଭାପତି ସମ୍ବିତ ମିଶ୍ର, ରାଜ୍ୟ ସଭାପତି ଅରୁଣ ବିଶୋୟୀ, ପିଏନ୍‌ବି ଅଧିକାରୀ ସଂଘ ଅଧ୍ୟକ୍ଷ ପ୍ରମୋଦ ମେକାପ, ଏଆଇବିଓସି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ସେଣ୍ଟ୍ରାଲ ବ୍ୟାଙ୍କ ଅଧିକାରୀ ସଂଘ ସାଧାରଣ ସମ୍ପାଦକ ଦାମୋଦର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri