ବିକାଶ ପାଇଁ ବ୍ଲୁପ୍ରିଣ୍ଟ

ଢେଙ୍କାନାଳ ଅଫିସ, ୨୧।୩

ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦା ଏବଂ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଉନ୍ନତୀକରଣ ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦୁଇ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଲାଗି ତ୍ୱରିତ ପଦକ୍ଷେପ ନେବାକୁ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏ ନେଇ ଜିଲାପାଳଙ୍କ ସହ ଆଲୋଚନା କରାଯାଇଛି। ବିଭିନ୍ନ କାର୍ଯ୍ୟ ସମ୍ପର୍କିତ ଫିଜିବିଲିଟି ରିପୋର୍ଟ ସରକାରଙ୍କୁ ଦିଆଯାଇଥିବା ବିଧାୟକ ସୂଚନା ଦେଇଛନ୍ତି।
ଜିଲାର ପ୍ରଶାସନିକ କେନ୍ଦ୍ରସ୍ଥଳ ଢେଙ୍କାନାଳ ସଦର ଏବଂ ଗଁଦିଆ ବ୍ଲକରେ ବିକାଶକୁ ବିଶେଷ ଗୁରୁତ୍ୱ ଦିଆଯିବ। ଗଁଦିଆରେ କ୍ରୀଡ଼ା ପ୍ରତିଭାଙ୍କ ବିକାଶ ଲାଗି ଏକ ମିନି ଷ୍ଟାଡିୟମ ନିର୍ମାଣ କରାଯିବ। ଢେଙ୍କାନାଳସ୍ଥିତ ଗଣେଶ ବଜାରରେ ଥିବା ଗୋପବନ୍ଧୁ ଟାଉନ ହଲ୍‌ରେ ବର୍ଷତମାମ ବିଭିନ୍ନ ସାମାଜିକ, ସାଂସ୍କୃତିକ କାର୍ଯକ୍ରମ ହେଉଛି। ଏହାକୁ ସାଉଣ୍ଡପ୍ରୁଫ୍‌ କରାଯିବା ସହ ଅତ୍ୟାଧୁନିକ ଅଡିଟୋରିୟମରେ ରୂପାନ୍ତରିତ କରାଯିବ। ସେହିପରି ସଦର ବ୍ଲକର ୩୦ ପଞ୍ଚାୟତରୁ ୯ଟି କାମାକ୍ଷାନଗର ନିର୍ବାଚନମଣ୍ଡଳୀରେ ରହିଛି। ଉକ୍ତ ୯ ପଞ୍ଚାୟତକୁ କାମାକ୍ଷାନଗର ବ୍ଲକ ପ୍ରଶାସନ ପକ୍ଷରୁ ପାନୀୟ ଜଳ ଯୋଗାଣ ହେଉଛି। ଅବଶିଷ୍ଟ ୨୧ ପଞ୍ଚାୟତକୁ ପାନୀୟଜଳ ଯୋଗାଣ ଲାଗି ପ୍ରକଳ୍ପ ନିର୍ମାଣ କରିବାକୁ ବିଧାୟକ ପ୍ରସ୍ତାବ ଦେଇଛନ୍ତି। ପୌରାଞ୍ଚଳରେ ମଧ୍ୟ ପାନୀୟଜଳ ପ୍ରକଳ୍ପ ପାଇଁ ପ୍ରସ୍ତାବ ଯାଇଛି। ଏଥିପୂର୍ବରୁ କପିଳାସ ପୀଠର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ୧ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ପ୍ରସ୍ତାବ ଅନୁମୋଦନ ହେବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri