ବିକାଶ ଲାଗି ଅଣ୍ଟା ଭିଡିଲା ରୂପ୍‌ସା ଆଞ୍ଚଳିକ ବିକାଶ ପରିଷଦ

ରୂପ୍‌ସା,୧୯।୭(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ରୂପ୍‌ସା ଡାକବଙ୍ଗଳାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରୂପ୍‌ସା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଦଳମତ ନିର୍ବିଶେଷରେ ସମସ୍ତଙ୍କ ସହଯୋଗ କାମନା କରାଯାଇଛି। ବୈଠକରେ ବିକାଶ ପରିଷଦର ସଭାପତି ଭଗବାନ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ପରିଷଦ ସାଧାରଣ ସମ୍ପାଦକ ସୁଧାକର ଗିରି, ପ୍ରାକ୍ତନ ଜିଲାପରିଷଦ ସଭ୍ୟ ବରଦା ପ୍ରସନ୍ନ ପଟ୍ଟନାୟକ, ପ୍ରାକ୍ତନ ବିଇଓ ଜୟନ୍ତ କୁମାର ପାଣିଗ୍ରାହୀ, ପ୍ରାକ୍ତନ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ପ୍ରଧାନ, ପ୍ରାକ୍ତନ ଶିକ୍ଷକ ନିରଞ୍ଜନ ପଣ୍ଡାଶର୍ମା, ଜଗଦୀଶ ଚନ୍ଦ୍ର ପଟ୍ଟନାୟକ, ଚକ୍ରଧର ଆଚାର୍ଯ୍ୟ, ଡାକ୍ତର ମହାପାତ୍ର, ନିରଞ୍ଜନ ବାରିକଙ୍କ ସମେତ ସମସ୍ତ କର୍ମକର୍ତ୍ତା ଯୋଗଦେଇ ଗମନାଗମନ, ସ୍ବାସ୍ଥ୍ୟସେବା, ରେଳ ଫୁଟ୍‌ ଓଭରବ୍ରିଜ୍‌ ସମ୍ପ୍ରସାରଣ କାର୍ଯ୍ୟ କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ଦିଗରେ ଗୁରୁତ୍ୱାରୋପ କରିଥିଲେ।
ରୂପ୍‌ସା ରେଳ ଫାଟକଠାରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ପ୍ରଶସ୍ତୀକରଣ ଓ ଡ୍ରେନେଜ୍‌ କାର୍ଯ୍ୟର ପୂର୍ଣ୍ଣାଙ୍ଗୀକରଣ, ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ, ରେଳ ଜଙ୍କଶନରେ ୧ନଂ ପ୍ଲାଟଫର୍ମ ବାହାରପଟୁ ୪ନଂ. ପ୍ଲାଟଫର୍ମକୁ ଫୁଟ ଓଭରବ୍ରିଜ୍‌ରେ ସିଧା ସମ୍ପ୍ରସାରଣ, ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହେଉଥିବା ବୈଠକରେ ଦର୍ଶାଯାଇଥିଲା। ରାସ୍ତା ନିର୍ମାଣ କାର୍ଯ୍ୟରେ ତଦାରଖ ଓ ସହଯୋଗ ପାଇଁ ପୂର୍ତ୍ତ ବିଭାଗ ଏସ୍‌ଡ଼ିଓଙ୍କ ସମେତ ଏକ ୭ଜଣିଆ କାର୍ଯ୍ୟକାରୀ ଗଠନ ହୋଇଥିଲା। ରାସ୍ତା ପ୍ରଶସ୍ତୀକରଣ ପାଇଁ ସରକାରୀ ଜାଗାକୁ ଯେଉଁ ବ୍ୟକ୍ତି ଜବରଦଖଲରେ ରଖିଛନ୍ତି ତାହାକୁ ଉଚ୍ଛେଦ ପାଇଁ କମଟି ଓ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯିବାର ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri