କଟକ ଅଫିସ,୫ା୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍ଡାଉନ୍ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼ ଦୋକାନରେ ସାମଗ୍ରୀ ଷ୍ଟକ୍ ବଢ଼ିଯାଇଛି। କ୍ଷତିରୁ ବର୍ତ୍ତିବା ପାଇଁ ଏବେ ବ୍ୟବସାୟୀମାନେ ପୁରୁଣା ଷ୍ଟକ୍କୁ ଖାଲି କରିବାରେ ଲାଗିଛନ୍ତି। ଏହି କାରଣରୁ ଏକ୍ସପାଏରୀ ଯାଇଥିବା ଖାଦ୍ୟ ପ୍ୟାକେଟ୍ ବଜାରରେ ବିପୁଳ ପରିମାଣରେ ବିକ୍ରି ହେଉଛି। କଟକ ମହାନଗର ନିଗମ (ସିଏମ୍ସି) ଏହାକୁ ଯାଞ୍ଚ କରିବା ବଦଳରେ ନିରବ ରହି ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳୁଥିବା ଅଭିଯୋଗ ହୋଇଛି।
ଥରେ ଏକ୍ସପାଇରୀ ଡେଟ୍ ସରିଗଲେ ଖାଦ୍ୟ ସାମଗ୍ରୀ ଆଉ ବିକିହେବ ନାହିଁ। ଫୁଡ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଆକ୍ଟ-୨୦୦୬ରେ ଏନେଇ ଦଣ୍ଡବିଧାନ ବ୍ୟବସ୍ଥା ରହିଛି। ଦୁଇ ମାସର ଲକ୍ଡାଉନ୍ ପରେ କଟକଣା ସାମାନ୍ୟ କୋହଳ ହେବା ଯୋଗୁ ଦୋକାନ ଯେତେବେଳେ ଖୋଲିଲା, ସମସ୍ତଙ୍କ ପାଖରେ ବିପୁଳ ପରିମାଣର ଖାଦ୍ୟ ସାମଗ୍ରୀ ଗଚ୍ଛିତ ରହିଥିଲା। ଲକ୍ଡାଉନ୍ ଅବଧି ଭିତରେ ଖାଦ୍ୟ ସାମଗ୍ରୀର ବୈଧ ତାରିଖ ମଧ୍ୟ ଶେଷ ହୋଇସାରିଥିଲା। ଏବେ ସମସ୍ୟା ହେଲା, ଅନେକ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତକାରୀ କମ୍ପାନୀ ଏକ୍ସପାଇରୀ ହୋଇଥିବା ଏହି ଖାଦ୍ୟ ସାମଗ୍ରୀଗୁଡ଼ିକୁ ଫେରାଇ ନେବାକୁ ରାଜି ନୁହନ୍ତି। ସେମାନଙ୍କୁ ମଧ୍ୟ କ୍ଷତି ଚିନ୍ତା ଘାରିଛି। ଅପରପକ୍ଷେ ଲକ୍ଡାଉନ୍ ଯୋଗୁ ଫ୍ୟାକ୍ଟି ବନ୍ଦ ଥିବା ଯୋଗୁ ନୂତନ ଖାଦ୍ୟ ସାମଗ୍ରୀ ମଧ୍ୟ ପ୍ରସ୍ତୁତ ହୋଇପାରୁ ନାହିଁ। ପ୍ରସ୍ତୁତକାରୀ ଓ ଡିଷ୍ଟ୍ରିବ୍ୟୁଟର ମନା କରିଦେବା ପରେ ଏବେ କେତେକ ଅସାଧୁ ବ୍ୟବସାୟୀ ପୁରୁଣା ଓ ଏକ୍ସପାଇରୀ ସରିଥିବା ସାମଗ୍ରୀ ବିକିବାରେ ଲାଗିଛନ୍ତି। ଏଥିରେ ବିସ୍କୁଟ୍, କେକ୍, ମୃଦୁପାନୀୟ, ଜୁସ୍ ପ୍ୟାକେଟ୍, ନୁଡଲ୍ସ, ସ୍ନାକ୍ସ ଭଳି ଖାଦ୍ୟ ସାମଗ୍ରୀ ରହିଛି। ଏ ନେଇ ସିଏମ୍ସି ଖାଦ୍ୟ ସୁରକ୍ଷା ଅଧିକାରୀ ପ୍ରତୀକ୍ଷା ଦାସ ମହାପାତ୍ର କହିଛନ୍ତି, ସିଏମ୍ସି ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଆଗାମୀ ଦିନରେ ଏକ୍ସପାଏରୀ ଫୁଡ୍ ପ୍ୟାକେଟ ଧରିବା ପାଇଁ ମଧ୍ୟ ଚଢ଼ାଉ କରାଯିବ।
Posted inHome Left, ଆମ ଜିଲା ଖବର, କଟକ, କରୋନା ଭାଇରସ୍, ରାଜ୍ୟ View All
ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…
OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍ ବାସିନ୍ଦା…
ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…
ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…
କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି
ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…
କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ
କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…
ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍ ସିଲିଣ୍ଡର…
ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…
ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ
ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’
ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…
Archives

