Posted inଜାତୀୟ

ବିଗୁଡୁଛି ଉନ୍ନାଓ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୬।୮: ଉନ୍ନାଓ ବଳାତ୍କାର ପୀଡିତା ଏବେ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ର ଟ୍ରମା ସେଣ୍ଟରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ଜଣାପଡିଛି। ଏବେ ସେ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରହିଥିବା ମଙ୍ଗଳବାର ଏମ୍ସର ଜଣେ ସିନିୟର ଡାକ୍ତର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ପୀଡିତାଙ୍କୁ ସୋମବାର ଉତ୍ତର ପ୍ରଦେଶରୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ଆଣିବା ପରେ ଟ୍ରାଫିକ୍‌ ପୋଲିସ ପାଖାପାଖି ୧୪ କିଲୋମିଟର ରାସ୍ତାକୁ ଗ୍ରୀନ୍‌ କରିଡର କରି ମାତ୍ର ୧୮ ମିନିଟ୍‌ ମଧ୍ୟରେ ଏମ୍ସକୁ ସ୍ଥାନାନ୍ତର କରିଥିଲେ। ବିଭିନ୍ନ ବିଭାଗର ଡାକ୍ତରଙ୍କୁ ନେଇ ଏକ ଟିମ୍‌ ପୀଡିତାଙ୍କର ଚିକିତ୍ସା କରୁଥିବା କହିଛନ୍ତି ଟ୍ରମା ସେଣ୍ଟର ମୁଖ୍ୟ ଡା.ରାଜେଶ ମାଲହୋତ୍ରା। ହେଲେ ଏବେ ସେ ଲାଇଫ୍‌ ସପୋର୍ଟ ସିଷ୍ଟମରେ ଥିବାରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ନେଇ କିଛି କହିହେବ ନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତମାସ ଶେଷ ସପ୍ତାହରେ ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ଓକିଲ ଏକ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri