ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି) ଏବଂ ହିନ୍ଦୁସ୍ତାନ କୋକାକୋଲା ବେଭେରେଜସ୍‌ ପ୍ରାଇଭେଟ ଲିମିଟେଡର ମିଳିତ ସହଯୋଗରେ ରାଜଧାନୀରେ ପ୍ଲାଷ୍ଟିକର ଠିକ ବ୍ୟବହାର, ପୃଥକୀକରଣ ଏବଂ ପରିଚାଳନା ନେଇ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ, ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ, ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବରିଷ୍ଠ ବୈଜ୍ଞାନିକ ବି.କେ. ନାୟକ, ୟୁଏନ୍‌ଡିପିର ଡେପୁଟି ରେସିଡେନ୍ସ ରିପ୍ରେଜେଣ୍ଟେଟିଭ ନାଦିଆ ରସିଦ, ଡେପୁଟି ଡାଇରେକ୍ଟର ରାକେଶ କୁମାରଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ ହୋଇଯାଇଛି। ଉକ୍ତ ଅଭିଯାନ ଆସନ୍ତା ୨୪ ତାରିଖ ଯାଏ ଚାଲିବ। ଦେଶର ୨୦ଟି ସହରରେ ୟୁଏନ୍‌ଡିପି ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଭୁବନେଶ୍ୱର ବିଗ୍‌ବଜାର ଏହାକୁ ଅଗ୍ରସର କରାଇବ। ଦେଶର ୫୦ ସହରରୁ ୮୫ ହଜାର ମେଟ୍ରିକ ଟନ୍‌ ପ୍ଳାଷ୍ଟିକ ବର୍ଜ୍ୟ ଉକ୍ତ ଅଭିଯାନ ଦ୍ୱାରା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ନେଇ ଜନ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ୟୁଏନ୍‌ଡିପିର ଇଣ୍ଡିଆନ ରେସିଡେଣ୍ଟ ରିପ୍ରେଜେଣ୍ଟେଟିଭ ଶୋକା ନାଡା କହିଛନ୍ତି। ୟୁଏନ୍‌ଡିପି, ବିଏମ୍‌ସି ଏବଂ ଏଚ୍‌ସିସିବିଏଲ୍‌ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଭାଗ ନେଇ ଅତ୍ୟନ୍ତ ଖୁସି ବୋଲି ବିଗ୍‌ବଜାରର ଇଷ୍ଟ ଜୋନ ସିଇଓ ମନୀଷ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri