ବିଗ୍‌ ବଜାର ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ

ଭୁବନେଶ୍ୱର,୧୬-୧୧(ବ୍ୟୁରୋ): ବିଗ୍‌ ବଜାର ଏବଂ ଏଫ୍‌ବିବି ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ ହୋଇଯାଇଛି। ଶିଶୁ ଦିବସ ଅବସରରେ ମୌଳିକ ସୁବିଧାରୁ ବଞ୍ଚିତ ଛୋଟ ଛୋଟ ପିଲାଙ୍କ ମୁହଁରେ ଖୁସି ଆଣିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବିଗ୍‌ ବଜାର ପକ୍ଷରୁ ସୂଚନା ରହିଛି। ପ୍ରଥମାଷ୍ଟମୀ ପାଳନ ଅବସରରେ ପିଲାମାନଙ୍କୁ ନୂତନ ବସ୍ତ୍ର ପ୍ରଦାନ ସହ ରାଜ୍ୟର ୧୨ ବିଗ୍‌ ବଜାର ଷ୍ଟୋର ଏବଂ ୨ ଏଫ୍‌ବିବି ଷ୍ଟୋରରେ ଆକର୍ଷଣୀୟ ରିହାତି ପ୍ରଦାନ କରାଯାଉଛି। ପ୍ରଥମାଷ୍ଟମୀ ପାଳନର ବିଧି ଅନୁଯାୟୀ ବିଗ ବଜାର ପିଲାମାନଙ୍କର ମାମଁୁ ହୋଇ ଭୁବନେଶ୍ୱର ଡୁମଡୁମାସ୍ଥିତ ଏନ୍‌ଜିଓର ୩୦ରୁ ଉର୍ଦ୍ଧ୍ୱ ପିଲାଙ୍କୁ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ନୂତନ କପଡା ପ୍ରଦାନ କରିଥିଲେ। ଏହି ଅବସରରେ ପିଲାମାନେ ମଲ୍‌ ବୁଲି ଦେଖିଥିଲେ। ଗ୍ରାହକମାନେ ବିଗ୍‌ ବଜାରର ସ୍ବତନ୍ତ୍ର ଅଫର ଏହି ଅବସରରେ ଲାଭ କରିପାରିବେ। ଗ୍ରାହକମାନଙ୍କୁ ବିଗ୍‌ ବଜାର ସର୍ବଦା ଏହାର ସଦସ୍ୟ ଭାବେ ଗ୍ରହଣ କରିଥାଏ ବୋଲି ବିଗ ବଜାର ଇଷ୍ଟଜୋନର ସଦସ୍ୟ ମନୀଷ ଅଗ୍ରଓ୍ବାଲ କହିଛନ୍ତି। ସେହିଭଳି ବିଗ୍‌ ବଜାର ଆନୁକୂଲ୍ୟରେ ଶିଶୁ ଦିବସରେ ଅନ୍ୟ ଏକ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ଉପସ୍ଥିତିରେ ଟେକ୍ସଟ ବୁକ୍‌ ନୋଡାଲ ହାଇସ୍କୁଲ ପ୍ରାଙ୍ଗଣରେ ଲିପକନସଲ୍‌ଟିଂ ସାମାଜିକ ଅନୁଷ୍ଠାନର ୪୦୦ରୁ ଉର୍ଦ୍ଧ୍ୱ ପିଲାମାନଙ୍କ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri