ଫୁଲବାଣୀ ଅଫିସ, ୨୭ା୨ – ଫୁଲବାଣୀ ସହରେ ମଙ୍ଗଳବାର ସକାଳେ ତାଣ୍ଡବ ରଚାଇଥିଲା ବର୍ଷା ପବନ। ବୁଧବାର ସନ୍ଧ୍ୟାସୁଦ୍ଧା ରାସ୍ତାଘାଟରେ ଯାତାୟାତ ସ୍ବାଭାବିକ ହୋଇଥିଲେ ମଧ୍ୟ ବିଦ୍ୟୁତ୍ ଲୁଚକାଳି ଖେଳୁଛି। ଏ ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ ସ୍ବାଭାବିକ ହୋଇନାହିଁ। ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ସହରାଞ୍ଚଳରେ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ପାଣି ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗଛପଡି ପ୍ରାୟ ୯୦ ବିଦ୍ୟୁତ୍ ପୋଲ ଭାଙ୍ଗି ଯାଇଛି। ୨୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ହୋଇଥିବା ବିଦ୍ୟୁତ୍ ବିଭାଗର ନିର୍ବାହୀ ଯନ୍ତ୍ରୀ ମନୋଜ ମହାନ୍ତି ସୂଚନା ଦେଇଛନ୍ତି। ବିଭାଗର ପ୍ରାୟ ୧୦୦ କର୍ମଚାରୀ ଦିନରାତି ବିଦ୍ୟୁତ୍ ସରବରାହ ସ୍ବାଭାବିକ କରିବାକୁ ଲାଗିଛନ୍ତି। ଅପରାହ୍ନ ୪ଟା ସୁଦ୍ଧା ଏଫ୍ସିଆଇ ଛକ, ବଜାର ଓ ଫୁଲବାଣୀ ସାହି ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ ଦିଆ ସରିଥିବାବେଳେ ରାତି ୮ଟା ସୁଦ୍ଧା ସମଗ୍ର ସହରରେ ବିଦ୍ୟୁତ୍ ସରବରାହ ସ୍ବାଭାବିକ ହୋଇଛି। ସହର ତଥା ଆଖପାଖ ଅଞ୍ଚଳରେ ୨୫ରୁ ଉର୍ଦ୍ଧ୍ୱ ଘର ଭାଙ୍ଗିଥିବା ଜରୁରିକାଳୀନ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୨୧ଟି ଘର ସରକାରୀ ଜମି ଉପରେ ରହିଥିବା ବେଳେ ୪ ପଟ୍ଟା ଜାଗାରେ ଅଛି। ନିୟମ ଅନୁଯାୟୀ ପଟ୍ଟାଥିବା ଘରକୁ କ୍ଷତିପୂରଣ ପ୍ରଦାନ କରାଯିବ। ତେବେ ସମସ୍ତ କ୍ଷତିଗ୍ରସ୍ତଙ୍କୁ ପାଲ ଦିଆଯାଇଥିବା ଜିଲା ଜରୁରିକାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ସୂଚନା ଦେଇଛନ୍ତି।
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ
ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…
ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ
ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି । ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…
ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ
ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…
୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା
ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ…
ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି।…
ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…
ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…
ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା
ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…
Archives

