ବିଜୁ ଉଦ୍ୟାନ ପାଲଟିଲା ମଣ୍ଡପ

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ହେମସୁରପଡ଼ାସ୍ଥିତ ବିଜୁ ଉଦ୍ୟାନ ଏବେ ପାଲଟିଛି ମଣ୍ଡପ। ସହରରେ ଥିବା ବିଭିନ୍ନ ମଣ୍ଡପକୁ ନ ଯାଇ ମାଗଣାରେ ଲୋକେ ଏଠି ଭୋଜିଭାତ କରୁଥିବା ଅଭିଯୋଗ ହେଉଛି। ଶନିବାର ଏଠାରେ ଏପରି ଏକ ଭୋଜିର ଆୟୋଜନ କରାଯାଇଥିବା ଅଭିଯୋଗ ପରେ ସହରବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଲା ଭୋଜି ଖାଇବାକୁ ପୌରପାଳିକାର ଏକାଧିକ କର୍ମଚାରୀଙ୍କୁ ନିମନ୍ତ୍ରଣ ଦିଆଯାଇଥିଲେ ମଧ୍ୟ ଏପରି ବେଆଇନ କାର୍ଯ୍ୟକୁ କେହି ବିରୋଧ କରି ନ ଥିଲେ। ବରଂ ପୌର ନିର୍ବାହୀ ଅଧିକାରୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ କେତେଜଣ କର୍ମଚାରୀ ଏଥିପ୍ରତି ଆଖି ବୁଜିଦେଇଥିବା ଚର୍ଚ୍ଚା ହେଉଛି। ଏପରି ଘଟଣାକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ନିନ୍ଦା କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।
ପ୍ରକାଶ ଯେ, ହେମସୁରପଡ଼ାର ଶିଶୁଙ୍କ ଆମୋଦପ୍ରମୋଦ ପାଇଁ ଢେଙ୍କାନାଳର ପୂର୍ବତନ ଏମ୍‌ପି ତଥାଗତ ସତପଥୀଙ୍କ ସ୍ଥାନୀୟ ଆଞ୍ଚଳ ବିକାଶ ପାଣ୍ଠି (ଏମ୍‌ପି ଲାଡ୍‌)ରେ ବିଜୁ ଉଦ୍ୟାନ ନିର୍ମାଣ କରାଯାଇଥିଲା। କିନ୍ତୁ ପୌରପାଳିକା ପକ୍ଷରୁ ରକ୍ଷଣାବେକ୍ଷଣା ତ ଦୂରର ଖୋଲାମେଲାରେ ଛାଡ଼ି ଦିଆଯାଇଥିବା ଉଦ୍ୟାନକୁ ଏବେ ମଣ୍ଡପରେ ପରିଣତ କରିଦିଆଗଲାଣି। ଶନିବାର ସ୍ଥାନୀୟ ଅଞ୍ଚଳର ଜନୈକ ବ୍ୟକ୍ତିଙ୍କ ସ୍ତ୍ରୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଇଁ ଉଦ୍ୟାନରେ ଟେଣ୍ଟ ବନ୍ଧାଯିବା ସହ ଭୋଜିଭାତର ଆୟୋଜନ କରାଯାଇଥିଲା। ଉଦ୍ୟାନକୁ ଲାଗିଥିବା ପୌରପାଳିକା କଲୋନୀରେ ମାଳ ମାଳ ପୌର କର୍ମଚାରୀ ରହୁଥିବାବେଳେ ସେମାନଙ୍କ ପିଲା ଏଠାକୁ ଖେଳିବାକୁ ଆସୁଛନ୍ତି। କିନ୍ତୁ ସମସ୍ତେ ଦେଖୁଥିଲେ ବି କେହି ଏହାକୁ ବିରୋଧ ନ କରିବା ବୁଦ୍ଧିଜୀବୀଙ୍କୁ ଆଶ୍ଚର୍ଯ୍ୟ କରିଛି। କିନ୍ତୁ କଲୋନୀରେ ରହୁଥିବା କର୍ମଚାରୀମାନେ ଏ ବିଷୟରେ ଜାଣି ନ ଥିବା ସଫେଇ ଦେଇଛନ୍ତି। ଏ ନେଇ ପୌର ନିର୍ବାହୀ ଅଧିକାରୀ କହିଛନ୍ତି, ଉଦ୍ୟାନରେ କାହାରିକୁ ଭୋଜି କରିବାକୁ ଅନୁମତି ପ୍ରଦାନ କରାଯିବାର ପ୍ରଶ୍ନ ଉଠୁନି। ପୌରପାଳିକା କର୍ମଚାରୀ ଏଥିରେ ସମ୍ପୃକ୍ତ ଥିଲେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଉପରିସ୍ଥ ଅଧିକାରୀଙ୍କୁ ମଧ୍ୟ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri