Posted inଖେଳ

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଆବେଦନ ତାରିଖ ଘୁଞ୍ଚିବ

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ସଂକ୍ରମଣକୁ କିପରି ରୋକାଯାଇ ପାରିବ ଏବଂ ଏଥିରୁ କିପରି ରକ୍ଷା ମିଳିବ ତାହା ଏବେ ଚିନ୍ତାର ପ୍ରମୁଖ କାରଣ ପାଲଟିଛି। ଏହାର ପ୍ରଭାବରେ ଭାରତରେ ୧୮ ଜଣ ମୃତୁବରଣ କରିଥିବାବେଳେ ବିଶ୍ୱରେ ଏହି ସଂଖ୍ୟା ୨୩,୦୦୦ ଟପିଛି। ଏହି କାରଣରୁ ଟୋକିଓ ଅଲିମ୍ପିକ୍ସ, ୟୁରୋ କପ୍‌ ଫୁଟବଲ, କୋପା ଆମେରିକା ଫୁଟବଲ ଆଦି ଅନେକ ବଡ଼ କ୍ରୀଡ଼ା ପ୍ରତିଯୋଗିତା ସ୍ଥଗିତ ରହିଛି। ବିଶ୍ୱରେ କ୍ରୀଡ଼ା ଏବେ ସ୍ଥାଣୁ ଆବସ୍ଥାକୁ ଚାଲି ଆସିଛି। ତେଣୁ ସ୍ବାଭାବିକଭାବେ ଓଡ଼ିଶାରେ ଏହାର ପ୍ରଭାବ ପଡ଼ିଛି। ଭାଇରସ ସଂକ୍ରମଣକୁ କିପରି ରୋକାଯାଇ ପାରିବ ଏଥିପାଇଁ ସରକାରୀ କଳଠାରୁ ଆରମ୍ଭ କରି ସମସ୍ତେ ଉଦ୍ୟମକୁ ଜୋରଦାର କରିଛନ୍ତି। ଓଡ଼ିଶା କ୍ରୀଡ଼ା ମଧ୍ୟ ଗୁରୁତର ପ୍ରଭାବିତ ହୋଇଛି। ସମସ୍ତ କ୍ରୀଡ଼ା ପ୍ରତିଯୋଗିତା ସ୍ଥଗିତ କିମ୍ବା ବାତିଲ ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସର୍ବୋଚ୍ଚ ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇଁ ଆବେଦନ ତାରିଖ ମଧ୍ୟ ଘୁଞ୍ଚତ୍ବା ନିଶ୍ଚିତ ହୋଇଛି। ମିଳିଥିବା ସୂଚନା ଅନୁସାରେ ଏହା ମେ’ ମାସ ଶେଷ ପର୍ଯ୍ୟନ୍ତ ଘୁଞ୍ଚତ୍ବା ସମ୍ଭାବନା ରହିଛି। ଗତ ଜାନୁୟାରୀ ୨୦ ତାରିଖରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୨୦୧୯ ମସିହା କ୍ରୀଡ଼ା ପୁରସ୍କାର ପାଇଁ ଆବେଦନ ଶେଷ ତାରିଖ ମାର୍ଚ୍ଚ ୩୧କୁ ଧାର୍ଯ୍ୟ କରାଯାଇଥିଲା। ଦିନ ପାଖେଇ ଆସିଥିବାବେଳେ କଟକଣା ପାଇଁ କାର୍ଯ୍ୟାଳୟ ବନ୍ଦ ରହୁଥିବାରୁ ଅନେକ ଆଶାୟୀ ଆବେଦନ କରି ନ ପାରି ଚିନ୍ତାରେ ଅଛନ୍ତି। ତେବେ ଆବେଦନ ପାଇଁ ସମୟ ସୀମାକୁ ଘୁଞ୍ଚାଇବାକୁ ପଡ଼ିବ ବୋଲି ମତପ୍ରକାଶ କରିଛନ୍ତି କ୍ରୀଡ଼ା ସଚିବ ବିଶାଲ ଦେବ। ଏବେ ସମସ୍ତେ ଗୋଟିଏ କାମରେ ଲାଗିଛନ୍ତି। ସାମ୍ପ୍ରତିକ ସ୍ଥିତିରେ ଅନ୍ୟ କୌଣସି କଥା ଚିନ୍ତା କରିବା ସମ୍ଭବ ହେଉନି ବୋଲି ସେ ପ୍ରକାଶ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ କ୍ରୀଡ଼ା କ୍ଷେତ୍ରକୁ ଆଜୀବନ ଅବଦାନ ପାଇଁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ, ଶ୍ରେଷ୍ଠ କ୍ରୀଡ଼ାବିତ୍‌, ଶ୍ରେଷ୍ଠ କୋଚ୍‌, ଶ୍ରେଷ୍ଠ କ୍ରୀଡ଼ା ଖବରଦାତା ଏବଂ କ୍ରୀଡ଼ାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସର୍ବୋତ୍କୃଷ୍ଟ


Enter your email to get our daily news in your inbox.

All Right Reserved By Dharitri.Com

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri