Posted inଖେଳ

ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌: ଫୁଟବଲ ଫୁଲବାଣୀ ସ୍ପୋଟର୍‌ସ ହଷ୍ଟେଲ ଚାମ୍ପିୟନ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌ ଫୁଟବଲରେ ଫୁଲବାଣୀ ସ୍ପୋଟର୍‌ସ ହଷ୍ଟେଲ ଚାମ୍ପିୟନ ହୋଇଛି। ୟୁନିଟ-୬ ହାଇସ୍କୁଲ ପଡ଼ିଆରେ ରବିବାର ଅନୁଷ୍ଠିତ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ଫୁଲବାଣୀ ଦଳ ଟାଇବ୍ରେକର ୬-୫ ଗୋଲରେ ନୟାଗଡ଼ ସ୍ପୋଟର୍‌ସ ହଷ୍ଟେଲକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟର ଖେଳ ୧-୧ ଗୋଲରେ ବରାବର ରହିବାରୁ ଟାଇବ୍ରେକର ପଦ୍ଧତି ଅବଲମ୍ବନ କରାଯାଇଥିଲା। ନୟାଗଡ଼ର ସୁରଜ ମିଞ୍ଜ ୫୪ ଓ ଫୁଲବାଣୀର ସୁଜିତ ବାର୍ଲା ୬୯ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଉଦ୍‌ଯାପନୀ ଉତ୍ସବରେ ମନ୍ତ୍ରୀ ପଦ୍ମନାଭ ବେହେରା, ବିଧାୟକ ଅନନ୍ତ ନାରାୟଣ ଜେନା, ଦିଲୀପ କୁମାର ସାମନ୍ତରାୟ, ସୌର୍ଯ୍ୟରଞ୍ଜନ ପରିଜା, ଭକ୍ତବଲ୍ଲଭ ଦାସ, ଅନଙ୍ଗ ଦ୍ୱିବେଦୀ, ଗିରିଧାରୀ ଲାଲ ନାୟକ ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଆୟୋଜକ ଆସୋସିଏଶନ ସଭାପତି ତପନ ମହାନ୍ତି ଏବଂ ପୂର୍ବତନ ସନ୍ତୋଷ ଟ୍ରଫି ଖେଳାଳି ମାନସ ସାମଲ ଉପସ୍ଥିତ ଥିଲେ। ନୟାଗଡ଼ ସ୍ପୋଟର୍‌ସ ହଷ୍ଟେଲର ସୁରଜ ମିଞ୍ଜ୍‌ ମ୍ୟାନ ଅଫ ଦି ଫାଇନାଲ, ରବୀନ୍ଦ୍ର ସିଂ ଶ୍ରେଷ୍ଠ ମଧ୍ୟଭାଗ ଖେଳାଳି, ଫୁଲବାଣୀ ସ୍ପୋଟର୍‌ସ ହଷ୍ଟେଲର ସଦାନନ୍ଦ କନହାର ଶ୍ରେଷ୍ଠ ଗୋଲକିପର ଏବଂ ନୟାଗଡ଼ର ସୂରଜ ଏବଂ ଫୁଲବାଣୀର ଏ. ଶିବପ୍ରସାଦ ଯୁଗ୍ମଭାବେ ଶ୍ରେଷ୍ଠ ଫରଓ୍ବାର୍ଡ ପୁରସ୍କାର ପାଇଥିଲେ। ଫାଇନାଲର ମଧ୍ୟଭାଗର ଏକ ମହିଳା ପ୍ରଦର୍ଶନୀ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ଉର୍ମିଳା ଫୁଟବଲ ଏକାଡେମୀ ୨-୦ ଗୋଲରେ ଘାଟିକିଆର ବଜରଙ୍ଗବାଲୀ ଦଳକୁ ପରାସ୍ତ କରିଥିଲା। ଖେଳ ପରିଚାଳନା କରିଥିଲେ ଚନ୍ଦ୍ରକାନ୍ତ ବାରିକ, ଅମିତ ନାୟକ, ରାଜେନ୍ଦ୍ର ବାରିକ, କିର୍ତ୍ତୀ ସ୍ବାଇଁ। ମହେଶ୍ୱର ସ୍ବାଇଁ ମ୍ୟାଚ କମିଶନର ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri