‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ଲୋକାର୍ପିତ:ସ୍ଥାନପାଇଛି ବିଜୁବାବୁଙ୍କ ବ୍ୟବହୃତ ବିରଳ ସାମଗ୍ରୀ

ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ନାମରେ ନାମିତ ଏହି ଗ୍ୟାଲେରୀକୁ ରବିବାର ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଲୋକାର୍ପଣ କରିଛନ୍ତି। ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସି ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଏହି ଗ୍ୟାଲେରୀ ବିଜୁବାବୁଙ୍କ ସ୍ବପ୍ନ ଓ ସଂକଳ୍ପପୂର୍ଣ୍ଣ ଜୀବନ କାହାଣୀକୁ ସମକାଳ ଓ ଭବିଷ୍ୟତ ପିଢ଼ିଙ୍କ ନିିକଟରେ ପହଞ୍ଚାଇବାରେ ସମର୍ଥ ହେବ ବୋଲି ବାଚସ୍ପତି କହିଥିଲେ।
ଲୋକାର୍ପଣ କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ୍‌, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉପସ୍ଥିତ ରହି ଏହି ଗ୍ୟାଲେରୀ ପ୍ରବାଦପୁରୁଷଙ୍କ ପ୍ରତି ଯଥାର୍ଥ ଶ୍ରଦ୍ଧାଞ୍ଜଳି ବୋଲି ମତବ୍ୟକ୍ତ କରିଥିଲେ। ବିଧାୟକ ଦେବୀପ୍ରସାଦ ମିଶ୍ର, ଅରବିନ୍ଦ ଢାଲି, ଅମର ପ୍ରସାଦ ଶତପଥୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, ପ୍ରଶାସକ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସିର ସତ୍ତ୍ୱାଧିକାରୀ ଅନୀଲ ପ୍ରସାଦ ମିଶ୍ର ଅତିଥିମାନଙ୍କୁ ସ୍ବାଗତ କରିବା ସହିତ ଗ୍ୟାଲେରୀ ପ୍ରତିଷ୍ଠାର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ଏହି ଗ୍ୟାଲେରୀରେ ବିଜୁବାବୁଙ୍କ ଘଟଣାବହୁଳ ଜୀବନର ଆଲେଖ ବହନ କରିଥିବା ଶତାଧିକ ବିରଳ ସ୍ମରଣୀୟ ଫଟୋଚିତ୍ର ସ୍ଥାନ ପାଇଛି। ଏହାବ୍ୟତୀତ ବିଜୁବାବୁ ତାଙ୍କ ଦୈନନ୍ଦିନ ଜୀବନରେ ବ୍ୟବହାର କରୁଥିବା ଅନେକ ଉପକରଣ ଓ ସାମଗ୍ରୀ ମଧ୍ୟ ଗ୍ୟାଲେରୀରେ ଦେଖିବାକୁ ମିଳୁଛି। ତାଙ୍କ ବ୍ୟବହୃତ କଲମ, ଘଣ୍ଟା, ଚଷମା, ହାତପୋଛା ତଉଲିଆ, ଚଉକି, ପାଣି ଜଗ୍‌, ପଢ଼ା ବହି, ପେପର ୱେଟ୍‌ ଇତ୍ୟାଦି ଏଠାରେ ପ୍ରଦର୍ଶିତ କରାଯାଇଛି। ପ୍ରବାଦପୁରୁଷଙ୍କ ପବିତ୍ର ଚିତାଭସ୍ମ ମଧ୍ୟ ଗ୍ୟାଲେରୀରେ ରହିଛି। ଏହି ଗ୍ୟାଲେରୀ ସର୍ବସାଧାରଣଙ୍କ ପାଇଁ ଉନ୍ମୁକ୍ତ ରହିଛି। ସୋମବାର ବ୍ୟତୀତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ୧ଟା ପର୍ଯ୍ୟନ୍ତ ଓ ଅପରାହ୍ନ ୨ଟା ୩୦ ରୁ ୪ଟା ପର୍ଯ୍ୟନ୍ତ ଏହା ଖୋଲାରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri