ବିଜେଡିକୁ କରୋନା ଘାରିଛି; ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା କରାଯାଇଛି। ବିଧାନସଭା ସ୍ଥଗିତ ପ୍ରସ୍ତାବ ଧ୍ୱନିମତରେ ପାରିତ ହୋଇଛି। ଅପରପକ୍ଷେ ବଜେଟ ଅଧିବେଶନ ଏପ୍ରିଲ ୯ ଯାଏ ଚାଲିବାକୁ ଦିନ ଧାର୍ଯ୍ୟ ହୋଇଛି। ତେବେ ବିଧାନସଭା ମୁଲତବୀକୁ ନାପସନ୍ଦ କରି ଶୁକ୍ରବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଟିପ୍ପଣୀ ଦେଇଥିବା ବେଳେ ଶନିବାର ତାଙ୍କ ସହ ବିରୋଧୀ ଦଳ ଉପନେତା ଓ ମୁଖ୍ୟ ସଚେତକ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।
ଏ ନେଇ ଆୟୋଜିକ ଏକ ଖବରଦାତା ସମ୍ମିଳନୀରେ ସେମାନେ କହିଛନ୍ତି ଯେ, ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ କଲେ। ଆଲୋଚନା କଲେ ବିଜେଡିର ଚରିତ୍ର ପଦାକୁ ଆସିବା ନେଇ ଭୟ କଲେ। କରୋନା ନାଁରେ ନବୀନ ବାବୁ ଭୟ ସୃଷ୍ଟି କରାଇଛନ୍ତି ବୋଲି ପ୍ରଦୀପ୍ତ ନାଏକ କହିଛନ୍ତି। କରୋନା ବାହାନା ପଛରେ କେଉଁମାନଙ୍କୁ ଅନୁକମ୍ପା ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ପ୍ରଶ୍ନ କରିଛନ୍ତି। ଅନ୍ୟପକ୍ଷରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ରାଜ୍ୟ ସରକାରଙ୍କୁ ଭର୍ତ୍ସନା କହିଛନ୍ତି। ନବୀନ ବାବୁ ଓ ତାଙ୍କ ଦଳକୁ କରୋନା ଘାରିଛି ବୋଲି ସେ କହିଛନ୍ତି। ଆମକୁ ବିଶ୍ୱାସକୁ ନେଲେ ନାହିଁ, ଏକତରଫା ଗୃହ ବନ୍ଦ କଲେ। ଚିତ୍ର ଚରିତ୍ର କାଳେ ଧରା ପଡିଯିବ ସେଥିପାଇଁ କୋକୁଆ ଭୟ ସୃଷ୍ଟି କରୁଛନ୍ତି ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri