ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଦଳୀୟ କର୍ମୀଙ୍କଠାରୁ ଆରମ୍ଭକରି ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱ ଉଭୟ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିବାବେଳେ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଏବଂ ଆନନ୍ଦପୁରର ବିଧାୟକ ଭାଗୀରଥି ସେଠୀଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।
ଅନ୍ୟପକ୍ଷରେ ବିଜୟୀ ବିଧାୟକଙ୍କ ସମର୍ଥକମାନେ ବିଜୟ ଉତ୍ସବ ମଧ୍ୟ ପାଳନ କରିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ସର୍ବାଧିକ ୧୧୨ ଆସନ ଅଳଙ୍କୃତ କରି ସରକାର ଗଠନ କରିବାକୁ ଯାଉଥିବା ବେଳେ ଆନନ୍ଦପୁର ଓ ଘସିପୁରା ବିଧାନସଭା ଆସନରେ ବିଜେଡି ବିଧାୟକ ବିଜୟୀ ହୋଇଛନ୍ତି। ଘସିପୁରା-୨୧ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ବଦ୍ରିନାରାୟଣ ପାତ୍ର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ୩୨,୬୮୮ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତକରି ବିଜୟୀ ହୋଇଛନ୍ତି। ସେହିଭଳି ଆନନ୍ଦପୁରର ବିଜେଡି ପ୍ରାର୍ଥୀ ଭାଗୀରଥି ସେଠୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଜୟଦେବ ଯେନାଙ୍କୁ ୪୪,୧୯୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତକରି ବିଜୟୀ ହୋଇଛନ୍ତି। ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ବିଧାୟକ ଭାବେ ଭାଗୀରଥି ସେଠୀ ପୂର୍ବ ନିର୍ବାଚନ ତୁଳନାରେ ଚଳିତ ଥର କଂଗ୍ରେସଠାରୁ ସର୍ବାଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri