ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କର୍ମଶାଳା

କଳିଙ୍ଗନଗର,୪-୯(ଡି.ଏନ୍‌.ଏ.)- ଦାନଗଦୀ ବ୍ଲକ ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଦାନଗଦୀ ଭବନଠାରେ ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଦାନଗଦୀ ବ୍ଲକ ବିଜେଡି ସଭାପତି ବୁଡାନ ସିଂ ଜାମୁଡାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଭାବେ ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ଯୋଗଦେଇଥିଲେ। ଏଥିରେ ନୂତନ ସଭ୍ୟ ଭାବେ ଓଡ଼ିଶାର ଏକ କୋଟି ଜନସାଧାରଣଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ୟ ରଖିଥିବାବେଳେ ଦାନଗଦୀ ବ୍ଲକରେ ଏହା କିପରି ସଫଳ ହେବ ସେ ନେଇ ବିଧାୟକ ଗୁରୁତ୍ୱାରୋପ କରିଥିଲେ। ପ୍ରତ୍ୟେକ ୱାର୍ଡରୁ ୪ ଜଣ ମୁଖ୍ୟ କର୍ମୀଙ୍କୁ ଚିହ୍ନଟ କରାଯିବାପରେ ସେମାନେ ୨୫ ଜଣ ଲେଖାଏ ସଭ୍ୟ ସଂଗ୍ରହ କରିବେ ବୋଲି ଜିଲା ବିଜେଡି ସଭାପତି ସରୋଜ ମହାପାତ୍ର କହିଥିଲେ। ଏହି କର୍ମଶାଳାରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରିୟନାଥ ମହାପାତ୍ର, ଉପସଭାପତି ଅରବିନ୍ଦ ସାମଲ, ୧୦ ନଂ ଜୋନ୍‌ ଜିଲାପରିଷଦ ସଭ୍ୟ ସୁଶାନ୍ତ ସାମଲ, ସଭ୍ୟା ଭାଗ୍ୟଲକ୍ଷ୍ମୀ ରାଉତ, ଏମ୍‌ପିଙ୍କ ଦାନଗଦୀ ବ୍ଲକ ପ୍ରତିନିଧି ଲୋକନାଥ ଧୀର, ଯୁବ ବିଜେଡି ସଭାପତି ପ୍ରଦୀପ କୁମାର ମହାନ୍ତି, ତ୍ରିଜଙ୍ଗା ପଞ୍ଚାୟତ ସଭାପତି ପ୍ରଫୁଲ୍ଲ କୁମାର ରାୟ, ଜିଲା ଯୁବ ବିଜେଡି ସଂଯୋଜକ ଜଗନ୍ନାଥ ଧୀର, କାଳନ୍ଦି ଚରଣ ସେଠୀ, ସପନ କୁମାର କର, ଦାନଗଦୀ ବ୍ଲକ ମହିଳା ସଭାପତି ମମତା ଦାସ ପ୍ରମୁଖ ଯୋଗ ଦେଇଥିବା ବେଳେ ଦାନଗଦୀ ବ୍ଲକର ୨୩ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ମୁଖ୍ୟ କର୍ମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri