ବିଜେଡିର ସଭ୍ୟ ସଂଗ୍ରହ ପାଇଁ କର୍ମୀ ସମ୍ମିଳନୀ

ପାଟଣା,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶିଠାରେ ବିଜେଡିର ପାଟଣା ନିର୍ବାଚନମଣ୍ଡଳୀର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବୈଠକରେ ବିଧାୟକ ନାଏକ ଆସନ୍ତା ଅକ୍ଟୋବର ୩୧ ସୁଦ୍ଧା ବିଜେଡିର ନୂତନ ସଭ୍ୟ ସଂଗ୍ରହ କାର୍ଯ୍ୟ ଶେଷ କରିବାକୁ ପରାମର୍ଶ ଦେଇଥିଲେ। ବିଜେଡିର ଲୋକାଭିମୁଖୀ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କୁ ଅବଗତ କରାଇ ଦଳ ପ୍ରତି ଆକୃଷ୍ଟ କରିବାକୁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ଏହି ବୈଠକରେ ପାଟଣା ବ୍ଲକ ବିଜେଡି ଉପସଭାପତି ନବ କିଶୋର ପୃଷ୍ଟି, ପାଟଣା ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଜେଡି ମହିଳା ମୋର୍ଚ୍ଚା ସଭାପତି ଭାମାମଣି ଦାସ, ବିଜେଡିର ବରିଷ୍ଠ ନେତା ରାହାସ ବିହାରୀ ପୃଷ୍ଟି, ମିତ୍ରଭାନୁ ମହାନ୍ତ, ପ୍ରଶାନ୍ତ କୁମାର ଭଞ୍ଜଙ୍କ ସମେତ ବହୁ ସକ୍ରିୟ କର୍ମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri