ବିଜେଡି ନିର୍ବାଚନ ଜିତିବାକୁ ଲଢ଼େ ନାହିଁ, ହୃଦୟ ଜିତିବାକୁ ଲଢ଼େ: ନବୀନ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ନିର୍ବାଚନ ଜିତିବାକୁ ଲଢ଼େ ନାହିଁ। ଲୋକଙ୍କ ସେବା ଓ ହୃଦୟ ଜିତିବାକୁ ଲଢ଼େ। ଦଳ ଲୋକଙ୍କ ସ୍ନେହ ପାଇବା ପାଇଁ ଲଢ଼େ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ନବୀନ ଦଳର ସଭାପତି ଭାବେ ନିନ୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ଦଳୀୟ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରତିକ୍ରିୟା ରଖି ନବୀନ କହିଛନ୍ତି, ମୋର ସାଢ଼େ କୋଟି ଓଡ଼ିଶାବାସୀଙ୍କୁ ଧନ୍ୟବାଦ। ବିଜେଡି କେବେ ହେଲେ ନିର୍ବାଚନ ଜିତିବାକୁ ଲଢ଼େ ନାହିଁ। ଲୋକଙ୍କ ସେବା ଓ ହୃଦୟ ଜିତିବାକୁ ଲଢ଼େ। ବିଜୁବାବୁ କହିଥିଲେ ସବୁବେଳେ ଜିତିବ ବୋଲି ଭାବନାହିଁ। ସର୍ବଦା ଲୋକଙ୍କ ସେବା କର। ଏହି ପରାମର୍ଶକୁ ଦଳ ମାନେ ବୋଲି ନବୀନ ସ୍ମରଣ କରି କହିଛନ୍ତି।

କାର୍ଯ୍ୟକ୍ରମରେ ଦଳର ଏମ୍‌ପି, ବିଧାୟକ, ମନ୍ତ୍ରୀ, ବରିଷ୍ଠ ନେତା, କାର୍ଯ୍ୟକାରିଣୀ ସଦସ୍ୟ, ଜିଲା ପରିଷଦ ଅଧ୍ୟକ୍ଷ/ଉପାଧ୍ୟକ୍ଷ ଏବଂ ଛାମୁଆ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ରହିଛନ୍ତି। ନବୀନ ୧୯୯୭ ମସିହାରୁ କ୍ରମାଗତ ଭାବେ ଦଳର ମଙ୍ଗ ଧରି ଆସୁଛନ୍ତି। ବୁଧବାର ସେ ନିଜର ୮ମ ପାଳିରେ ଦଳର ଦାୟିତ୍ୱ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri