ବିଜେଡି ନେତ୍ରୀ ମିନାକ୍ଷୀଙ୍କ ଆତ୍ମାହୁତି ଘଟଣା: ୯ ଦିନ ପରେ ଆଖି ବୁଜିଲେ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୨୦।୨(ବ୍ୟୁରୋ): ମହିଳା ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ତାଙ୍କ ପୁଅ ରାଜା ଓରଫ କୃତିବାସ ମିଶ୍ରଙ୍କୁ ପୋଲିସ ମିଥ୍ୟା ମାମଲାରେ ଗିରଫ କରିଥିବା ପ୍ରତିବାଦରେ ବ୍ରହ୍ମପୁର ଏସ୍‌ପିଙ୍କୁ ଭେଟିବାକୁ ଯାଇଥିଲେ। ସେଠାରେ ସେ ତାଙ୍କୁ ଭେଟି ନ ପାରି ଜଣେ ଅତିରିକ୍ତ ଏସ୍‌ପିଙ୍କୁ ଭେଟିଥିଲେ। ନ୍ୟାୟ ନ ପାଇ ଏସ୍‌ପି କାର୍ଯ୍ୟାଳୟ ପରିସରରେ ନିଜ ଦେହରେ କିରୋସିନ ଢାଳି ସେ ଆତ୍ମାହୁତି ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଜଣେ ତଦନ୍ତକାରୀ ଅଧିକାରୀ ଡିଏସ୍‌ପି ହେଡକ୍ୱାଟର ନିରଞ୍ଜନ ଧୀର ଭୁବନେଶ୍ୱର ଆସିଥିବା ଜଣାପଡ଼ିଛି।
ମିନାକ୍ଷୀ ଦୀର୍ଘ ୯ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପୁଅ ରାଜା, ଝିଅ ଓ ଜ୍ୱାଇଁ ରହିଥିବା ଜଣାପଡିଛି ।
ସୂଚନାଯୋଗ୍ୟ ଗତ ଜାନୁଆରୀ ୨୮ ତାରିଖରେ କିଛି ଦୁର୍ବୃତ୍ତ ମିନାକ୍ଷୀଙ୍କ ଘରକୁ ଯାଇ ରାଜାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଘର ଭିତରେ ଥିବା ମା’ ମିନାକ୍ଷୀ ଏହାର ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ସେମାନେ ଆକ୍ରମଣ କରିଥିଲେ । ଉଭୟ ମା’ ଓ ପୁଅ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅଭିଯୋଗ କ୍ରମେ ପୋଲିସ ପ୍ରଥମେ ଜଣେ ନାବାଳକଙ୍କୁ ଧରି ଜେଜେବିକୁ ପଠାଇଥିଲା । ପରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ଅନ୍ୟପଟେ ଜଣେ ଅଭିଯୁକ୍ତଙ୍କ ଅଭିଯୋଗ କ୍ରମେ ଆହତ ରାଜାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମିନାକ୍ଷୀ ଆତ୍ମାହୁତି ଉଦ୍ୟମକରି କଟକ ବଡ ମେଡିକଲରର ଚିକିତ୍ସିତ ହେବା ପରେ ତାଙ୍କ ଓକିଲ କୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ। କୋର୍ଟ ରାଜାଙ୍କୁ ଗତ ୧୩ ତାରିଖରେ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ସେ ମା’ଙ୍କ ନିକଟରେ ଥିବା ବେଳେ ଗତ ୧୪ ତାରିଖରେ ମିନାକ୍ଷୀଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ସେ ଏଇସିୟୁରେ ରହି ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଖବର ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?