ବିଜେଡି ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ

କେଗାଁ,୫।୧୦(ଡି.ଏନ.ଏ.)
କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଗଦଲାଝରଣଠାରେ ଶୁକ୍ରବାର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଯାଇଛି । ଆୟୋଜିତ ଏକ ସଭାରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ଆଗାମୀ ଦିନରେ ବିଜେଡି ପକ୍ଷରୁ ଚାଲିଥିବା ସଭ୍ୟ ସଂଗ୍ରହ ଅଭିଯାନରେ ସାମିଲ ହୋଇ ଜଣେ ସକ୍ରିୟ କର୍ମୀ ଅତି କମରେ ୨୫ ଜଣ ସଭ୍ୟ ସଂଗ୍ରହ କରି ଦଳକୁ ମଜଭୁତ କରିବାକୁ ଆହ୍ବାନ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ତୁଳେଶ୍ୱର ନାଏକ, ବିଜେଡି ନେତା ପ୍ରଶାନ୍ତ ନାଏକ, ଯୁବ ବିଜେଡି ନେତା ତଥା ଧାମନପୁର ସମିତି ସଭ୍ୟ ଇଂ. ଦିନେଶ କୁମାର ରାଉତ, ବ୍ଲକ ସଭାପତି ଦୟାସାଗର ଚଲାନ ପ୍ରମୁଖ ଯୋଗଦେଇ ଗୋଲାମୁଣ୍ଡା ବ୍ଲକକୁ ସଭ୍ୟ ସଂଗ୍ରହ ଅଭିଯାନରେ ରାଜ୍ୟରେ ଏକ ନମ୍ବର କରିବାକୁ ଆହ୍ବାନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଜେଡିରେ ସାମିଲ ହୋଇଥିଲେ। ଉକ୍ତ ସଭ୍ୟ ସଂଗ୍ରହ ଅଭିଯାନରେ ୨୦ରୁ ଊର୍ଦ୍ଧ୍ୱ ସରପଞ୍ଚ, ସମିତି ସଭ୍ୟ ଉପସ୍ଥିତ ଥିବା ବେଳେ ଯୁବ ବିଜେଡି ନେତା ଦିନେଶ କୁମାର ରାଉତ, ଯୁବ ବିଜେଡି ସଭାପତି ଦିଲୀପ ମାଝି, ଲଛମନ ନିଆଲ, ଦିଲୀପ ନାଏକ, ମିନିକେତନ ପୁଟେଲ, ହେମନ୍ତ ସାହୁ, ମହାଦେବ କାଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ…

ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri