ବିଜେଡି ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ: ‘ଘରେ ନ ବସି ଲୋକଙ୍କ ପାଖକୁ ଯାଅ’

ଢେଙ୍କାନାଳ ଅଫିସ, ୪।୯-ଦୀର୍ଘଦିନ ଧରି ଢେଙ୍କାନାଳ ଜିଲା ବିଜେଡିର ଗଡ଼ ଭାବେ ରହି ଆସିଛି। ଦଳକୁ ଅଧିକ ସୁଦୃଢ଼ କରିବାକୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ଜିଲାକୁ ୧ ନମ୍ବର କରିବାକୁ ହେଲେ କର୍ମୀଙ୍କୁ ପରିଶ୍ରମ କରିବାକୁ ପଡ଼ିବ। ଘରେ ବସି ସଭ୍ୟ ସଂଗ୍ରହ ନ କରି ଲୋକଙ୍କୁ ପାଖକୁ ଗଲେ ଜନସମ୍ପର୍କ ବଢ଼ିବା ସହ ଦଳ ଉପକୃତ ହେବ ବୋଲି କହିଛନ୍ତି ଜିଲା ବିଜେଡି ସଭାପତି ତଥା ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସ୍ଥାନୀୟ ଗୋପବନ୍ଧୁ ଟାଉନ୍‌ ହଲ୍‌ରେ ମଙ୍ଗଳବାର ପୂର୍ବାହ୍ନରେ ଆୟୋଜିତ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ ସେ ନେତୃବୃନ୍ଦଙ୍କୁ ଏପରି ପରାମର୍ଶ ଦେଇଥିଲେ। ଦଳର ସଭାପତି ନବୀନ ପଟ୍ଟନାୟକ ଏବଂ ଦଳପ୍ରତି ଜନସାଧାରଣଙ୍କ ଯେଉଁ ବିଶ୍ୱାସ ରହିଛି, ଆମେ ସମସ୍ତେ ଏହାକୁ ବଜାୟ ରଖିବା ବୋଲି ମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ରାଜ୍ୟ ବିଜେଡି ଉପସଭାପତି ବିଧାୟକ ଦେବୀ ପ୍ରସାଦ ମିଶ୍ର କହିଲେ, ବିଜେଡି କେବଳ ରାଜନୈତିକ ଦଳରେ ସୀମିତ ନୁହେଁ। ଦଳର ସାମାଜିକ ପ୍ରତିବଦ୍ଧତା ମଧ୍ୟ ରହିଛି। ସଭ୍ୟ ସଂଗ୍ରହ ଅଭିଯାନ ମାଧ୍ୟମରେ ଅଧିକରୁ ଅଧିକ ମହିଳା ଏବଂ ଯୁବକଙ୍କୁ ସାମିଲ କରିବା ଆଜିର ଆହ୍ବାନ। ଏଥିଲାଗି ଚଳିତ ୨ରୁ ଅକ୍ଟୋବର ୩୧ ଯାଏ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଥିବା ସେ ସୂଚନା ଦେଇଥିଲେ। ଏମ୍‌ପି ମହେଶ ସାହୁ, ବିଧାୟକ ଡା. ନୃସିଂହ ଚରଣ ସାହୁ, ବିଧାୟିକା ସୀମାରାଣୀ ନାୟକ, ଜିଲା ପର୍ଯ୍ୟବେକ୍ଷକ ତଥା ରାଜ୍ୟ ଯୁବକଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବାକୁ ଉପସ୍ଥିତ କର୍ମକର୍ତ୍ତାଙ୍କୁ ଆହ୍ବାନ ଦେଇଛନ୍ତି।
ସଭ୍ୟ ସଂଗ୍ରହ ଅଭିଯାନକୁ ତ୍ୱରାନ୍ବିତ କରିବାକୁ ଯୋଜନା କରାଯାଇଛି। ଏଥିଲାଗି ପଞ୍ଚାୟତର ପ୍ରତି ଓ୍ବାର୍ଡରେ ୪ଜଣ, ଏନ୍‌ଏସିରେ ୫ଜଣ ଏବଂ ପୌରାଞ୍ଚଳରେ ୧୫ଜଣ ନିୟୋଜିତ ହୋଇଛନ୍ତି। ଏହି କାର୍ଯ୍ୟକୁ ଅଧିକ ସହଜ କରିବାକୁ ଅନ୍‌ଲାଇନ ସୁବିଧା ମଧ୍ୟ ଉପଲବ୍ଧ ବୋଲି ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri