ବିଜେଡି ପର୍ଯ୍ୟବେକ୍ଷକ ତାଲିକାରେ ପରିବର୍ତ୍ତନ

ଭୁବନେଶ୍ୱର, ୧୯ା୮(ବ୍ୟୁରୋ):ଦୀର୍ଘଦିନ ଧରି ବିଜେଡି ସାଙ୍ଗଠନିକ ସ୍ତରରେ ଅଦଳବଦଳ ହେବ ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ଏହି ଆଲୋଚନାର ଏକ ଝଲକ ଗୁରୁବାର ଦେଖିବାକୁ ମିଳିଛି। ବରିଷ୍ଠ ନେତାଙ୍କୁ ଏକାଧିକ ଜିଲାର ଦାୟିତ୍ୱ ପ୍ରଦାନ କରାଯାଇଥିବା ନେଇ ଏକ ତାଲିକା ପ୍ରକାଶ ପାଇଛି। ଏଥିରେ ବଡ ଧରଣର ପରିବର୍ତ୍ତନ କରାଯାଇଛି। ବିଜେଡି ୬ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ୩୦ ଜିଲାର ଦାୟିତ୍ୱ ପ୍ରଦାନ କରିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ନୂଆ ନିଯୁକ୍ତି ଦେଇଥିବା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗୁରୁବାର ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଜିଲାୱାରି ସଙ୍ଗଠନକୁ ଆହୁରି ମଜଭୁତ କରିବାକୁ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଆଗକୁ ଆହୁରି ସାଙ୍ଗଠନିକ ସ୍ତରରେ ପରିବର୍ତ୍ତନ ହେବା ନେଇ ଦଳୀୟ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ପ୍ରକାଶ ପାଇଥିବା ତାଲିକାରୁ ୨ ଜଣଙ୍କୁ ବାଦ୍‌ ଦିଆଯାଇଛି। ସେମାନଙ୍କ ସ୍ଥାନରେ ନୂଆ କରି ୨ ଜଣଙ୍କୁ ଦାୟିତ୍ୱ ମିଳିଛି। ଦଳର ନବନିଯୁକ୍ତ ୬ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ମଧ୍ୟରେ ନିରଞ୍ଜନ ପୂଜାରୀ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀପ୍ରସାଦ ମିଶ୍ର, ମହେଶ୍ବର ମହାନ୍ତି ଏବଂ ପ୍ରତାପ ଜେନା ଅଛନ୍ତି। ତେବେ ବର୍ତ୍ତମାନ ବିଧାନସଭାର ବାଚସ୍ପତି ଥିବା ବିକ୍ରମ କେଶରୀ ଆରୁଖ ଏବଂ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ତାଲିକାରୁ ବାଦ୍‌ ପଡିଛନ୍ତି। ଆରୁଖ ବାଚସ୍ପତି ଥିବା ଯୋଗୁ ତାଙ୍କୁ ବାଦ୍‌ ଦିଆଯିବା ଠିକ୍‌ ଅଛି ବୋଲି ରାଜନୈତିକ ସମୀକ୍ଷକମାନେ କହୁଥିବା ବେଳେ ସୌମ୍ୟଙ୍କୁ କାହିଁକି ବାଦ୍‌ ଦିଆଗଲା ତାହା ବିଶେଷ ଆଲୋଚନାର ବିଷୟବସ୍ତୁ ପାଲଟିଛି। ତେବେ ନିରଞ୍ଜନ ପୂଜାରୀଙ୍କୁ ପୂର୍ବପରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ ମିଳିଥିବା ବେଳେ ପ୍ରସନ୍ନଙ୍କ ହାତରେ ପୂର୍ବରୁ ଥିବା କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲା ଦାୟିତ୍ୱ ରହିଛି। ଆରୁଖଙ୍କ ହାତରେ ଥିବା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲା ଦାୟିତ୍ୱ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଦିଆଯାଇଛି। ସେହିପରି ଦେବୀ ପ୍ରସାଦ ମିଶ୍ରଙ୍କୁ ପୂର୍ବପରି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଏବଂ ବୌଦ୍ଧ ଜିଲା ଦାୟିତ୍ୱ ଦିଆଯାଇଥିବା ବେଳେ ମହେଶ୍ବର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲା ପର୍ଯ୍ୟବେକ୍ଷକ ଭାବେ ପୁନଃ ନିଯୁକ୍ତି ମିଳିଛି। ପ୍ରତାପ ଜେନାଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି। ପୂର୍ବରୁ ଏହି ଜିଲା ଦାୟିତ୍ୱରେ ବରିଷ୍ଠ ନେତା ସୌମ୍ୟରଞ୍ଜନ ଥିଲେ। ତେବେ ନିକଟରେ ପ୍ରତାପ ଜେନାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍‌ ଦିଆଯାଇଥିବା ବେଳେ ତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ତାଲିକାରେ ରଖି ଦଳ ଏକ ପ୍ରକାର ବୁଝାଇବାକୁ ଚେଷ୍ଟା କରିଥିବା ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri