ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ଭୋଟରଙ୍କୁ ଆକୃଷ୍ଟ କରିବାକୁ ସମସ୍ତ ଉଦ୍ୟମ ଚଳାଇଥିବାବେଳେ ଏହାକୁ ନେଇ କାମାକ୍ଷାନଗର ନିର୍ବାଚନମଣ୍ଡଳୀର ରାଜନୈତିକ ତାତି ବଢ଼ିବାରେ ଲାଗିଛି।

 

ଶୁକ୍ରବାର ଭାଜପା ପ୍ରାର୍ଥୀ ଶତ୍ରୁଘ୍ନ ଜେନା ଏନ୍‌ଏସି ଅଞ୍ଚଳରେ ଘର ଘର ବୁଲି  ଭୋଟଭିକ୍ଷା କରିଥିଲେ। ସେହିପରି ବିଭିନ୍ନ ପଞ୍ଚାୟତ ପରିକ୍ରମା କରି ଭୋଟ ମାଗିଥିଲେ। ତାଙ୍କ ସହ ନୂତନ ଭାବେ ଦଳରେ ସାମିଲ ହୋଇଥିବା ବସ୍‌ ମାଲିକ  ସଂଘ ସଭାପତି ଲଛମନ ଜେନା, ସମ୍ପାଦକ ଅଶ୍ୱିନୀ ମହାପାତ୍ର, ପୂର୍ବତନ କାଉନସିଲର ରଞ୍ଜିତ ସାହୁ, ସନ୍ଦୀପ ପଟ୍ଟନାୟକ, ସଞ୍ଜୀବ ମିଶ୍ରଙ୍କ ସମେତ ବହୁ ଦଳୀୟ କର୍ମୀ ସାମିଲ ହୋଇଥିଲେ।

ସେହିପରି  ବିଜେଡି ପ୍ରାର୍ଥୀ ତଥା ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମଧ୍ୟ ବିଭିନ୍ନ ପଞ୍ଚାୟତରେ ମହିଳାପୁରୁଷଙ୍କୁ ଏକାଠି କରି ସଭା କରିଛନ୍ତି। କିଭଳି ମତଦାନ କରିବେ ସେ ସମ୍ପର୍କରେ ମନ୍ତ୍ରୀ ବିସ୍ତୃତ ଭାବେ ବୁଝାଇଥିଲେ। ଶୋଭାଯାତ୍ରାରେ ଜିଲା ପରିଷଦ ସଭ୍ୟ ପ୍ରେମାନନ୍ଦ ସାହୁ, ଦୈତାରି ସାହୁ, ମଦନ ବେହେରାଙ୍କ ସମେତ ବହୁ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ…

ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା…

ଖୋଲା ଆକାଶତଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ: ଅବ୍ୟବସ୍ଥାରେ ସର୍ବପୁରାତନ ପ୍ରାଥମିକ ବିଦ୍ୟାଳୟ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ, ଛାତ୍ରୀଛାତ୍ରଙ୍କୁ…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ…

ବଡ଼ଦାଣ୍ଡରେ ଭକ୍ତ- ଭଗବାନ ମିଳନ: ଆଜି ସକାଳ ୯ଟା ୩୦ରେ ପୁଣି ଟଣାଯିବ ରଥ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି):ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁରୁବାର ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri