ବିଜେଡି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ:୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟଭାବେ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲିକ, ସଞ୍ଜୟ କୁମାର ଦାସବର୍ମା, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ପାଣିଗ୍ରାହୀ, ପ୍ରଣବ ପ୍ରକାଶ ଦାସଙ୍କୁ ମନୋନୀତ କରାଯାଇଛି। ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ରଙ୍କୁ ସଂଯୋଜକ ଦାୟିତ୍ୱ ମିଳିଛି। ତେବେ ଏହି କମିଟି ପକ୍ଷରୁ ସଦସ୍ୟତା ଅଭିଯାନ ନେଇ ଗତ ସୋମବାର ଏକ ବୈଠକ ବସିଥିଲା। ସେହିପରି ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଉ ଏକ ବୈଠକ ଅନୁଷ୍ଠିତ ହୋଇଥିବା ଜଣାପଡିଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୧ ତାରିଖରେ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ପରିବର୍ଦ୍ଧିତ କାର୍ଯ୍ୟକାରୀ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କାର୍ଯ୍ୟକାରୀ କମିଟିର ୮୧ ସଦସ୍ୟ, ସବୁ ଜିଲା ସଭାପତି, ୩୦ ଜିଲା ପାଇଁ ନୂତନଭାବେ ଚୟନ ହୋଇଥିବା ପର୍ଯ୍ୟବେକ୍ଷକ, ସମସ୍ତ ଛାମୁଆ ସଙ୍ଗଠନର ମୁଖିଆ ଯୋଗଦେବେ। ଏହି ବୈଠକରେ କେମିତି ଦଳର ସଦସ୍ୟତା ଅଭିଯାନ ଆରମ୍ଭ ହେବ ସେନେଇ ଘୋଷଣା କରାଯିବ ବୋଲି ଜଣାପଡିଛି। ଆଜିର ବୈଠକରେ ସଦସ୍ୟତା ଅଭିଯାନର ସମସ୍ତ ସଦସ୍ୟମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri