ବିଜେଡି ସଭାପତି ପଦ ପାଇଁ ନବୀନଙ୍କ ନାମାଙ୍କନ ଆଜି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁନର୍ବାର ଶାସକ ଦଳର ସଭାପତି ପଦ ପାଇଁ ରବିବାର ନାମାଙ୍କନପତ୍ର ଦାଖଲ କରିବେ। ରାଜଧାନୀସ୍ଥିତ ଦଳୀୟ ମୁଖ୍ୟାଳୟରେ ଏହି ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ପଦ ସମେତ ଦଳୀୟ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ମଧ୍ୟ ସମାନ ସମୟରେ ମନୋନୟନ କରାଯିବ। ବିଜେଡି ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ସଞ୍ଜୟ ଦାସବର୍ମା ଶନିବାର ଏହି ସୂଚନା ଦେଇଛନ୍ତି। ବିଜେଡି ସାଙ୍ଗଠନିକ ନିର୍ବାଚନ ଗତ ଡିସେମ୍ବର ୨୭ରୁ ଆରମ୍ଭ ହୋଇ ଚଳିତ ମାସ ୨୬ ଯାଏ ଚାଲିବ ବୋଲି ସମୟ ଧାର୍ଯ୍ୟ ହୋଇଥିଲା। ତେବେ ୫ ପର୍ଯ୍ୟାୟରେ ହେଉଥିବା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ କାର୍ଯ୍ୟସୂଚୀ ସମାପ୍ତ ହୋଇଥିବା ଜଣାପଡ଼ିଛି। ବିଜେଡି ପକ୍ଷରୁ ଶୁକ୍ରବାର ୩୩ ସାଙ୍ଗଠନିକ ଜିଲା ପାଇଁ ସଭାପତିଙ୍କ ନାମ ଘୋଷଣା କରାଯାଇଛି। ସେହିପରି ଦଳର ୩ ଛାମୁଆ ସଙ୍ଗଠନ(ଯୁବ,ଛାତ୍ର ଏବଂ ମହିଳା)ର ପୁନର୍ଗଠନ ନେଇ ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri