ବିଜେଡି ହାତକୁ ଗଲା ହିଞ୍ଜିଳିକାଟୁ ପୌର ପରିଷଦ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ସୁବାସ ଚନ୍ଦ୍ର ପଲେଇ ବିଜୟୀ ହୋଇଛନ୍ତି। ସେ ଭାଜପା ପ୍ରାର୍ଥୀ ସନ୍ତୋଷ କୁମାର ପାଣିଗ୍ରାହୀଙ୍କୁ ୧୬୩୪ ଭୋଟରେ ହରାଇ ଦେଇଛନ୍ତି । ବିଜୟୀ ବିଜେଡି ପ୍ରାର୍ଥୀ ପଲେଇ ୬୮୨୦ ଭୋଟ୍‌ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ପାଣିଗ୍ରାହୀ ୫୧୫୬ ଖଣ୍ଡଭୋଟ୍‌ ପାଇଛନ୍ତି।

ସେହିପରି ମୋଟ୍‌ ୨୧ ଓ୍ବାର୍ଡରୁ ବିଜେଡି ୧୫ , ସ୍ବାଧୀନ ୪ , ଭାଜପା ୧ ଓ କଂଗ୍ରେସ ୧ ଓ୍ବାର୍ଡ ଅକ୍ତିଆର କରିଛି। ଓ୍ବାର୍ଡ ନଂ- ୧ , ୫,୬ ,୭ ,୮ ,୯ ,୧୦ , ୧୨, ୧୩, ୧୬, ୧୭,୧୮,୧୯,୨୦ଓ ୨୧ ବିଜେଡି ଅକ୍ତିଆର କରିଛି। ଓ୍ବାର୍ଡ ନଂ- ୪, ୧୧, ୧୪ ଓ ୧୫ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଓ୍ବାର୍ଡ ନଂ ୨ରେ ଭାଜପା ଓ ଓ୍ବାର୍ଡ ନଂ ୩ରେ କଂଗ୍ରେସ ବିଜୟୀ ହୋଇଛି। ନିର୍ବାଚନରେ ମୋଟ୍‌ ୧୩୨୨୪ ଭୋଟର ମତଦାନ କରିଥିଲେ। ନବ ନିର୍ବାଚିତ ଅଧ୍ୟକ୍ଷ ପଲେଇ, ଓ୍ବାର୍ଡ ସଭ୍ୟାସଭ୍ୟ, ନଗର ବିଜେଡି ସଭାପତି ଭୀମସେନ ବେହେରା, ମୁଖ୍ୟମନ୍ତ୍ରୀ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ପ୍ରମୁଖଙ୍କ ସହ ଦଳୀୟ ନେତା ଓ କର୍ମୀ ବିଜୟ ଘୋଷଣା ପରେ ପୌର ପରିଷଦ ଅଫିସରୁ ଶୋଭାଯାତ୍ରାରେ ବିଜୁ ପଟ୍ଟନାୟକ ଛକ ଯାଇଥିଲେ। ସେଠାରେ ସମସ୍ତ ନବ ନିର୍ବାଚିତ ଅଧ୍ୟକ୍ଷ ଓ ସଭ୍ୟା ସଭ୍ୟ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri