Posted inଖେଳ

ବିଜେନ୍ଦରଙ୍କ କ୍ରମାଗତ ୧୧ତମ ବିଜୟ

ନୂଆଦିଲ୍ଲୀ,୧୪।୭- ଭାରତୀୟ ପେସାଦାର ବକ୍ସର ବିଜେନ୍ଦର ସିଂଙ୍କ ଅପରାଜେୟ ଧାରା ଜାରି ରହିଛି। ସେ ୟୁଏସ୍‌ ପ୍ରଫେଶନାଲ ସର୍କିଟରେ ଆମେରିକାନ ବକ୍ସର ମାଇକ ସ୍ନିଡରଙ୍କୁ ନକ୍‌ଆଉଟ୍‌ କରି ଦେଇଛନ୍ତି। ଏହା ବିଜେନ୍ଦରଙ୍କ କ୍ୟାରିୟରର କ୍ରମାଗତ ୧୧ତମ ବିଜୟ। ୩୩ ବର୍ଷୀୟ ହରିୟାଣା ବକ୍ସର ୪ ରାଉଣ୍ଡରେ ପ୍ରତିପକ୍ଷ ବକ୍ସରଙ୍କୁ ଧରାଶାୟୀ କରି ଦେଇଛନ୍ତି। ୩୮ ବର୍ଷୀୟ ସ୍ନିଡର କୌଣସି ବାଉଟରେ ଭଲ ପ୍ରଦର୍ଶନ କରି ନ ଥିଲେ। ଅପରପକ୍ଷେ ପ୍ରାୟ ବର୍ଷେ ହେଲା ରିଙ୍ଗଠାରୁ ଦୂରରେ ଥିବା ବିଜେନ୍ଦର ପ୍ରଥମ ବାଉଟର ସିଧା ପଞ୍ଚ ମାରି ଚାଲିଥିଲେ। ଫଳରେ ରେଫରି ଭାରତୀୟ ବକ୍ସରଙ୍କ ସପକ୍ଷରେ ନିଷ୍ପତ୍ତି ଶୁଣାଇଥିଲେ। ବିଜୟ ପରେ ବିଜେନ୍ଦର ଭାରତୀୟ ପ୍ରଶଂସକଙ୍କୁ ସମର୍ଥନ ଲାଗି ଧନ୍ୟବାଦ ଜଣାଇଛନ୍ତି। ଦୀର୍ଘଦିନର ବ୍ୟବଧାନ ପରେ ରିଙ୍ଗରେ ପ୍ରବେଶ କରି ଭଲ ଅନୁଭବ ହେଉଛି। ଆମେରିକାରେ ପଦାର୍ପଣ ମ୍ୟାଚ୍‌ରେ ବିଜୟ ହାସଲ କରି ମୁଁ ଉତ୍ସାହିତ। ଦୁଇରୁ ତିନି ରାଉଣ୍ଡରେ ଜିତିଯିବି ବୋଲି ଆଶା ରଖିଥିଲି। ହେଲେ ମୋତେ ୪ ରାଉଣ୍ଡ ଲାଗିଲା ବୋଲି ବିଜେନ୍ଦର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri