ବିଜେପୁରରୁ ଜିତିଲେ ମୁଖ୍ୟମନ୍ତ୍ରୀ

ବିଜେପୁର, ୨୪-୫ (ଡି.ଏନ.ଏ):ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନଭା ନିର୍ବାଚନ ମଣ୍ଡଳୀରୁ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ସନତ କୁମାର ଗଡତିୟାଙ୍କୁ ୫୬, ୫୩୩ ଖଣ୍ଡ ଭୋଟରେ ପରାସ୍ତ କରଛନ୍ତି। ନବୀନ ପଟ୍ଟନାୟକ ୧୦୮୮୪୮ ଭୋଟ ପାଇଥିବା ବେଳେ ସନତ କୁମାର ଗଡତିଆ ୫୨୩୧୫ ଖଣ୍ଡ ଭୋଟ ପାଇଛନ୍ତି। ଅପରପକ୍ଷେ କଂଗ୍ରେସ ପ୍ରାର୍ଥୀ ରିପୁନାଥ ସେଠ ୧୪୧୩୮ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଏହି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ସମେତ ବହୁଜନ ସମାଜ ପାର୍ଟିରୁ ଅଶୋକ କଲେତ ଏବଂ ସ୍ବାଧୀନ ପ୍ରାର୍ଥୀ ଦ୍ୱୟ ବୀରେନ୍ଦ୍ର କୁମାର ବାଗ ଓ ପୂର୍ଣ୍ଣଚନ୍ଦ୍ର ପଣ୍ଡା ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ଉପନିର୍ବାଚନ ଅପେକ୍ଷା ୫୯୭୭ ଖଣ୍ଡ ଅଧିକ ଭୋଟ ପାଇଛନ୍ତି। ସୂଚନାଯୋଗ୍ୟ ଯେ, ଗତ ଉପନିର୍ବାଚନରେ ଏହି ନିର୍ବାଚନମଣ୍ଡଳୀରୁ ରୀତା ସାହୁ ୧୦୨୮୭୧ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ୬୦୯୩୮ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଅପରପକ୍ଷେ କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୧୦୨୭୪ ଖଣ୍ଡ ଭୋଟ ପାଇ ଅମାନତ ହରାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୟୀ ହୋଇଥିବାରୁ ସ୍ଥାନୀୟ ନେତା, କର୍ମୀ ଉତ୍‌ଫୁଲ୍ଲିତ ହୋଇ ଉଠିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଦୁଃଖଦ ଖବର: ଆମବସ୍‌ ଧକ୍କାରେ ଯୁବକ ମୃତ

ସମ୍ବଲପୁର,୨୬ା୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ତଳି ଛକରେ ଆମବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ପ୍ରେସ୍‌କ୍ଲବ କର୍ମଚାରୀ ଅନୁଗୋଳ ଜିଲା ଜରପଡ଼ା…

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼ ଜିଲାର…

ସ୍କୁଲରେ ମାରପିଟ ହୋଇ ଲହୁଲୁହାଣ ଘଟଣା, ୨ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କଲେ ବିଇଓ

ସମ୍ବଲପୁର, ୧୯।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ୧୫ତାରିଖରେ ସଂଘଟିତ ରକ୍ତାକ୍ତ ସଂଘର୍ଷରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ ହୋଇଛନ୍ତି ।…

ସମ୍ବଲପୁରୀ ଧନୁଯାତ୍ରା ଉଦ୍‌ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ କମ୍ପିଲା ସହର

ସମ୍ବଲପୁର, ୧୮।୧(ଭବାନୀ ଶଙ୍କର ଭୋଇ): ଗଙ୍ଗାଧର ମୁକ୍ତ ମଞ୍ଚରେ ରବିବାର ଆରମ୍ଭ ହୋଇଛି ତୃତୀୟ ସମ୍ବଲପୁରୀ ଧନଯାତ୍ରା। ସମ୍ବଲପୁରୀ ଧନୁଯାତ୍ରା କମିଟି ସଭାପତି ସଞ୍ଜୟ ବାବୁଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri