ବିଜେପୁରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ: ପ୍ରତିଶ୍ରୁତି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ସରକାରଙ୍କ ବିଭିନ୍ନ ପ୍ରତିଶ୍ରୁତି ବାବଦରେ ବିଜେପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ। ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଦାବି ପୂରଣ ନ ହେଲେ ଆସନ୍ତା ନଭେମ୍ବର ୪ରେ ୫୦ହଜାରରୁ ଊର୍ଦ୍ଧ୍ୱ ଗାଁସାଥୀ ଏକାଠି ହୋଇ ବିଧାନସଭା ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଗାଁସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର କହିବାନୁଯାୟୀ, ଗତ ୨୦୦୮ରେ ଲକ୍ଷେ ବେକାରଙ୍କୁ ନିଯୁକ୍ତି ପ୍ରଦାନ ଦାବିରେ ରାଜ୍ୟ ସରକାର ‘ଗାଁସାଥୀ’ ପଦବୀ ସୃଷ୍ଟି କଲେ। ବିଗତ ୧୧ ବର୍ଷ ଭିତରେ ସରକାର ନିଜର କୌଣସି ପ୍ରତିଶ୍ରୁତି ରଖିନାହାନ୍ତି। ଚଳିତବର୍ଷ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟର ସମସ୍ତ ଗାଁସାଥୀ (ମେଟ୍‌)ମାନଙ୍କୁ ମାସକୁ ସର୍ବନିମ୍ନ ୧୦ ଦିନ ଓ ଗୋଟିଏ ଆର୍ଥିକ ବର୍ଷରେ ୧୦୦ ଦିନରୁ ଊର୍ଦ୍ଧ୍ୱ ସରକାରୀ କାର୍ଯ୍ୟ ପ୍ରାପ୍ୟ ସହ ପ୍ରଦାନ କରିବା ଲାଗି ସମସ୍ତ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଲେ। ୫ମ ପାଳିର ସରକାର ଆସିଲେ ନିୟମାନୁଯାୟୀ ରାଜ୍ୟର ସମସ୍ତ ବେରୋଜଗାର ଗାଁସାଥୀ (ମେଟ୍‌)ମାନଙ୍କ ସ୍ବତନ୍ତ୍ର କର୍ପସ ପାଣ୍ଠି ଜରିଆରେ ବେକାରି ଭତ୍ତା ପ୍ରଦାନ କରାଯିବାର ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। କିନ୍ତୁ ସରକାର ପୂର୍ବ ପ୍ରତିଶ୍ରୁତି ସବୁ ଭୁଲିଯାଇଛନ୍ତି। ଏନେଇ ସଂଘର ଏକ ପ୍ରତିନିଧି ଦଳ ବିଜେପୁର ନିର୍ବାଚନୀ ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କରି ଆଲୋଚନା କରିବେ ବୋଲି ଶନିବାର ସଂଘ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri