ବିଜେପୁରରେ ୨୬୮ଜଣ କ୍ବାରାଣ୍ଟାଇନରେ: ୧୨ ସାମ୍ପୁଲ ନେଗେଟିଭ

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଲୋକଙ୍କ ମନରେ ଭୟ ଯେତିକି ସଚେତନତା ମଧ୍ୟ ସେତିକି। ଅଳ୍ପ କିଛି ଅମାନିଆଙ୍କୁ ଛାଡିନେଲେ ସମସ୍ତେ ପ୍ରଶାସନକୁ ସହଯୋଗ କରୁଥିବା ପରିଲକ୍ଷିତ ହେଉଛି। ବାହାରୁ ଆସିଥିବା ଲୋକ ନିଜ ଘରେ ଏକାକୀ ଜୀବନ ଅତିବାହିତ କରୁଛନ୍ତି। ଏହିକ୍ରମରେ ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୨୬୮ଜଣ କ୍ବାରାଣ୍ଟାଇନରେ ରହିଥିବା ଜଣାପଡିଛି। ୧୪ ଦିନ ଯାଏ ସ୍ବାସ୍ଥ୍ୟ ଟିମ୍‌ ସେମାନଙ୍କ ଘରକୁ ଯାଉଥିବାବେଳେ ପରବର୍ତ୍ତୀ ୧୪ଦିନ ସେମାନେ ନିଜର ସ୍ବାସ୍ଥ୍ୟ ସମ୍ବନ୍ଧରେ ମୋବାଇଲ ଫୋନ୍‌ ମାଧ୍ୟମରେ ସ୍ବାସ୍ଥ୍ୟକର୍ମୀଙ୍କୁ ଅବଗତ କରାଉଛନ୍ତି। ଏବେ ସ୍ବାସ୍ଥ୍ୟ ଟିମ୍‌ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରୁଛନ୍ତି। ଏହି ଅଞ୍ଚଳରେ ୨୩ଟି ପଞ୍ଚାୟତରେ ଓ ବିଜେପୁର ଏନ୍‌ଏସିରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ଖୋଲାଯାଇଛି।
ଏ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା. ଶାନ୍ତନୁ ସାହୁଙ୍କୁ ପଚାରିବାରୁ ଏଠି ୨୬୮ଜଣ କ୍ବାରାଣ୍ଟାଇନରେ ରହିଛନ୍ତି। ଏମାନଙ୍କ ମଧ୍ୟରୁ କାହାରି ୨୮ ଦିନ ଶେଷ ହୋଇନି। ସରକାରୀ ନିର୍ଦ୍ଦେଶ ଅନୁଯାୟୀ ପଠାଯାଇଥିବା ୧୨ଟି ସାମ୍ପୁଲ ନେଗେଟିଭ ଆସିଛି। ସ୍ବାସ୍ଥ୍ୟ ଟିମ ଘରକୁ ଘର ବୁଲୁଛନ୍ତି। ଡରିବାର କୌଣସି କାରଣ ନାହିଁ। ସମସ୍ତ ପରିସ୍ଥିତି ପାଇଁ ଆମେ ସଜାଗ ରହଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri