ବିଜେପୁର ଉପନିର୍ବାଚନ: ଦଳ ଛାଡ଼ିବାର କୌଣସି ଯୋଜନା ନାହିଁ: ଅଶୋକ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ୨୦୧୮ ବିଜେପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ହୋଇଥିବା ଅଶୋକ ପାଣିଗ୍ରାହୀ ଦଳ ଛାଡ଼ିବା ନେଇ ବିଭିନ୍ନ ମହଲରେ ଯେଉଁ ଆଲୋଚନା ଚାଲିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିଜେ ଅଶୋକ। ଏନେଇ ରବିବାର ସ୍ପଷ୍ଟୀକରଣ ରଖି ଅଶୋକ କହିଛନ୍ତି ଯେ, ଦଳ ଛାଡିବାର କୌଣସି ଯୋଜନା ନାହିଁ। ପୂର୍ବରୁ ଯେପରି ଭାଜପାରେ ଥିଲି, ସେପରି ରହିବି। ୨୦୧୮ ଉପନିର୍ବାଚନ ହେଉ କି ଚଳିତ ବର୍ଷର ସାଧାରଣ ନିର୍ବାଚନ ସବୁ ସମୟରେ ଦଳ ପାଇଁ କାର୍ଯ୍ୟ କରିଆସିଛି। ଚଳିତ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଅଶାୟୀ ନ ଥିଲେ ବୋଲି ଅଶୋକ ସ୍ପଷ୍ଟ କରିଛନ୍ତି।
ବିଶେଷ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଗତ ସାଧାରଣ ନିର୍ବାଚନ ଏବଂ ଚଳିତ ଉପନିର୍ବାଚନରେ ପ୍ରାର୍ଥୀ ନେଇ ଅଶୋକଙ୍କ ମତାମତ ନିଆଯାଇ ନ ଥିଲା। ଏହା ତାଙ୍କ ସମର୍ଥକଙ୍କୁ ବ୍ୟଥିତ କରିଥିଲା, ତେଣୁ ସେ ଦଳ ଛାଡିପାରନ୍ତି ବୋଲି ଚର୍ଚ୍ଚା ଧରିଥିଲା। ହେଲେ ଅଶୋକଙ୍କ ସ୍ପଷ୍ଟୀକରଣ ପରେ ସେହି ଚର୍ଚ୍ଚାରେ ଏବେ ପୂର୍ଣ୍ଣଚ୍ଛେଦ ପଡିଛି। ଅଶୋକ ୨୦୧୪ରେ ସ୍ବାଧୀନ ଭାବେ ପ୍ରାର୍ଥୀ ହୋଇ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପରାଜୟର ପ୍ରମୁଖ କାରଣ ସାଜିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ ଗୁରୁବାର କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri