ବିଜେପୁର ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପଦ୍ମପୁର ଆରଏମ୍‌ସି ପରିସରରେ ଏକ ଗୋଦାମ ହଲର ୧୪ଟି ଟେବୁଲରେ ଗଣତି ଚାଲିଛି। ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଭୋଟ ଗଣନା କେନ୍ଦ୍ରରେ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ ପ୍ରମୁଖ ପହଞ୍ଚିଛନ୍ତି। ୨୧ ରାଉଣ୍ଡ ଗଣତି ହେବା ପରେ ଫଳାଫଳ ଘୋଷଣା କରାଯିବ। ନିର୍ବାଚନ ମଇଦାନରେ ୫ଜଣ ପ୍ରାର୍ଥୀ ରହିଛନ୍ତି। ବିଜେଡିରୁ ରୀତା ସାହୁ, ଭାଜପାରୁ ସନତ ଗଡତୀୟା, କଂଗ୍ରେସରୁ ଦିଲିପ କୁମାର ପଣ୍ଡା, ହିନ୍ଦୁ ମହାସଭାରୁ ଅଶୋକ ମିତ୍ତଲ ପ୍ରାର୍ଥୀ ରହିଥିବା ବେଳେ ବୃନ୍ଦାବନ ପୁରୋହିତ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି। ସୂଚନାଯୋଗ୍ୟ, ବିଜେପୁର ନିର୍ବାଚନ ମଣ୍ଡଳୀର ୨୮୫ଟି ଭୋଟ ଗ୍ରହଣ କେନ୍ଦ୍ରରେ ଗତ ୨୧ ତାରିଖ ମତଦାନ ଗ୍ରହଣ କରାଯାଇଥିଲା। ୭୯.୧୭ ପ୍ରତିଶତ ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri