ବିଜେପୁର ଉପନିର୍ବାଚନ: ୪୩ ପଥପ୍ରାନ୍ତ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୬।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦିନିଆ ଗସ୍ତରେ ବରଗଡ଼ ଆସିବେ। ବିଜେପୁର ବ୍ଳକ ଲାଉମୁଣ୍ଡା ଅସ୍ଥାୟୀ ହେଲିପ୍ୟାଡ୍‌ରେ ଗୁରୁବାର ପ୍ରାୟ ସାଢେ ୧୦ଟାରେ ଓହ୍ଲାଇ ସେଠାରୁ ସେ ପ୍ରଚାର ଆରମ୍ଭ କରିବେ ବୋଲି ବୁଧବାର ବରଗଡ଼ ଏକ ହୋଟେଲ ସଭାକକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ରାଜ୍ୟ ଉପ ସଭାପତି ତଥା ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରୋଡ ଶୋ’ରେ ବାହାରି ବିଜେପୁର, ବରପାଲି ଏବଂ ଗାଇସିଲେଟ ବ୍ଲକରେ ସମୁଦାୟ ୪୩ଟି ପଥପ୍ରାନ୍ତ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବାବେଳେ ପ୍ରଥମ ଦିବସରେ ସାଢ଼େ ୭ଘଣ୍ଟା ଏବଂ ଦ୍ବିତୀୟ ଦିବସରେ ପ୍ରାୟ ୪ଘଣ୍ଟାର ପ୍ରଚାର କାର୍ଯ୍ୟକ୍ରମ ରହିଥିବା ଆଚାର୍ଯ୍ୟ କହିଥିଲେ। ବରଗଡ଼ ପିଡବ୍ଲୁଡି ଡାକବଙ୍ଗଳାରେ ମୁଖ୍ୟମନ୍ତ୍ରୀ ଗୁରୁବାର ରାଡ୍ରିଯାପନ କରିବେ ଏବଂ ଶୁକ୍ରବାର ଗାଇସିଲେଟ ବ୍ଲକରେ ପ୍ରଚାର ସାରି ଅପରାହ୍ନରେ ନବୀନ ନିବାସ ଫେରିଯିବା କାର୍ଯ୍ୟକ୍ରମ ରହିଛି। ଖବରଦାତା ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା ଏବଂ ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri