ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) – କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କୋଦଳା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍ଡିପିଓ, କୋଦଳା ଓ ବେଗୁନିଆପଡା ଥାନା ଅଧିକାରୀ ଉପସ୍ଥିତ ରହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ୩୧ ମାର୍ଚ୍ଚ ୨୦୧୯ରେ ବୁରୁଝରି ଗ୍ରାମର ବିଶ୍ୱନାଥ ନାୟକଙ୍କ ସ୍ତ୍ରୀ ବିଜୟାଲକ୍ଷ୍ମୀ ନାୟକ (୨୮) ଘରେ ଏକୁଟିଆ ଥିଲେ। ଗ୍ରାମର ବିନାୟକ ସାହୁ (୨୬) ନାମକ ଜଣେ ଯୁବକ ମହିଳାଙ୍କୁ ହତ୍ୟା କରି ଫେରାର ହୋଇଯାଇଥିଲେ। ପରଦିନ ମହିଳାଙ୍କ ଦେଢଶୂର ନିରଞ୍ଜନ ନାୟକ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ଆରମ୍ଭ କରିବା ସହ ବିନାୟକକୁ ସନ୍ଦେହରେ ଥାନାକୁ ନେଇ ଜେରା କରି ଛାଡ଼ିଥିଲା। ତଥାପି ତାଙ୍କ ଉପରେ ନଜର ରହିଥିଲା। ଇତିମଧ୍ୟରେ ପ୍ରୋବେସନରେ ଆସିଥିବା ଆଇପିଏସ୍ ଅଧିକାରୀ ଅବିନାଶ ସିଂ ବୁରୁଝରି ଆସିବା ପରେ ସର୍ଜମିନ ତଦନ୍ତ କରି ଫେରିବା ସହ କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି ଓ ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପୁଣି ବିନାୟକଙ୍କୁ ନେଇ ତଦନ୍ତକୁ ଆଗେଇ ଥିଲେ। ବିନାୟକ ଉକ୍ତ ମହିଳାଙ୍କୁ ହତ୍ୟା କରିଛି ବୋଲି ମାନିଥିଲା। ପରେ ତାଙ୍କୁ ଗିରଫ କରି କୋଦଳା ଥାନା କେସ୍ ନଂ.୭୮/୧୯ରେ କୋର୍ଟ ଚାଲାଣ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତଭିଜା କାଠ ଫାଳିଆ ଓ ରୁମାଲକୁ ପୋଲିସ ଜବତ କରିଛି। ହତ୍ୟାକାଣ୍ଡର କାରଣ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଥିବାନେଇ ଖବରଦାତାଙ୍କ ପ୍ରଶ୍ନକୁ ତଦନ୍ତରେ ବ୍ୟାଘାତ ସୃଷ୍ଟି ହେବା ଆଶଙ୍କାରେ ଏସଡିପିଓ ସୀମା ସ୍ବାଇଁ ଅଧିକ କିଛି କହିବାକୁ ମନା କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ
ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…
ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା
ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…
ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…
Archives

