ବିଜୟୀ ହେବା ପରେ ମା’ମଙ୍ଗଳାଙ୍କଠାରୁ ଆଶୀର୍ବାଦ ନେଲେ ତୁଷାରକାନ୍ତି

କାକଟପୁର, ୨୪।୫(ଡି.ଏନ୍‌.ଏ.): କାକଟପୁରର ବିଧାୟକ ଭାବେ ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ବିଜୟୀହେବା ପରେ ଶୁକ୍ରବାର ମା’ ମଙ୍ଗଳାଙ୍କ ମନ୍ଦିର ଯାଇ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶୁକ୍ରବାର ତୁଷାର କାକଟପୁରରେ ପହଞ୍ଚିବା ପରେ ବସ୍‌ଷ୍ଟାଣ୍ଡସ୍ଥିତ ପଦ୍ମଚରଣ ଟ୍ରଷ୍ଟ କାର୍ଯ୍ୟାଳୟଠାରେ ତାଙ୍କୁ ଦଳୀୟ କର୍ମୀମାନେ ଫୁଲମାଳ ଦେଇ ସ୍ବାଗତ କରିଥିଲେ। ଟ୍ରଷ୍ଟ କାର୍ଯ୍ୟାଳୟ ପରିସରରେ ଥିବା ପ୍ରବାଦପୁରୁଷ ସ୍ବର୍ଗତ ବିଜୁବାବୁ ଏବଂ ପଦ୍ମଚରଣ ସାମନ୍ତସିଂହାରଙ୍କ ପ୍ରତିମୂର୍ତ୍ତିରେ ସେ ଫୁଲମାଳ ପିନ୍ଧାଇଥିଲେ। ପରେ ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକ, କାକଟପୁର ବ୍ଲକ ଅଧ୍ୟକ୍ଷା ମନୋରମା ସ୍ବାଇଁ, ପୁରୀ ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ, ଅଭୟ ସେଠୀ, କବିରାଜ ବିଶ୍ୱାଳ ପ୍ରମୁଖ ଶତାଧିକ ବିଜେଡି କର୍ମୀଙ୍କ ଗହଣରେ ଏକ ନିରାଡ଼ମ୍ବର ଶୋଭାଯାତ୍ରାରେ ଚାଲିଚାଲି ତୁଷାରକାନ୍ତି ମଙ୍ଗଳା ମନ୍ଦିରକୁ ଯାଇଥିଲେ। ମନ୍ଦିରରୁ ସେ ଭୁବନେଶ୍ୱରସ୍ଥିତ ନବୀନ ନିବାସ ଅଭିମୁଖେ ଯାତ୍ରା କରିଛନ୍ତି।
ପ୍ରକାଶ ଯେ, ତୁଷାରକାନ୍ତି ପ୍ରାୟ ୪୫,୬୦୭ ଖଣ୍ଡ ଅଧିକ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀଙ୍କୁ ପରାସ୍ତକରି ବିଜୟୀ ହୋଇଛନ୍ତି। କାକଟପୁରରେ ବିଜେଡି ଜିତିଥିବାରୁ ଦଳୀୟ କର୍ମୀ ମହଲରେ ଆନନ୍ଦ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?