ବିଜୟ ଓଝା ହତ୍ୟାକାଣ୍ଡର ପର୍ଦ୍ଦାଫାଶ

ଭୁବନ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ମହୁଲପାଳ ଗ୍ରାମର ବହୁଚର୍ଚ୍ଚିତ ବିଜୟ ଓଝା (୪୩) ହତ୍ୟାକାଣ୍ଡ ମାମଲାର ପର୍ଦ୍ଦାଫାଶ ହୋଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୋଗରେ ଉକ୍ତ ଗ୍ରାମର ରଞ୍ଜନ ସାହୁ (୪୫)ଙ୍କୁ ପୋଲିସ ଗିରଫ କରିଛି। ବ୍ୟବସାୟିକ ଶତ୍ରୁତା କାରଣରୁ ବିଜୟଙ୍କ ତଣ୍ଟିଚିପି ହତ୍ୟା କରିଥିବା ରଞ୍ଜନ ସ୍ବୀକାର କରିଛନ୍ତି। ଏଥିସହ ହତ୍ୟାର ଡେମୋ ମଧ୍ୟ ଦେଖାଇଛନ୍ତି। ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ନିର୍ମଳା ଗୋଚ୍ଛାୟତ ସୂଚନା ଦେଇଛନ୍ତି।
ବିଜୟ ଜାନୁୟାରୀ ୨୬ରେ ନିଖୋଜ ହୋଇଯାଇଥିଲେ। ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ୩୦ ତାରିଖରେ ତାଙ୍କ ମୃତଦେହ କୁଣ୍ଡା ଗ୍ରାମ ନିକଟରୁ ଉଦ୍ଧାର କରାଯାଇଥିଲା। ଏ ନେଇ ନଂ. ୩୩/୨୦୨୦ରେ ମାମଲା ରୁଜୁ ହୋଇଥିଲା। ଥାନାଧିକାରୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ମାମଲାର ଛାନ୍‌ଭିନ୍‌ ଚଳାଇଥିଲେ। ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ କେତେଜଣଙ୍କୁ ଉଠାଇ ଆଣି ପୋଲିସ ପଚରାଉଚୁରା କରିଥିଲା। ସେମାନଙ୍କ ମଧ୍ୟରୁ ରଞ୍ଜନ ଦେଇଥିବା ବୟାନକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ତାଙ୍କୁ ଜେରା କରିବା ପରେ ସେ ସବୁ ସତ ମାନିଯାଇଥିଲେ। ବିଜୟ, ରଞ୍ଜନ ମିଶି ଗୋରୁ ଏବଂ ପରିବା ବ୍ୟବସାୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri